ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା  ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ ନିଜ ଚାମ୍ବରରେ କାର୍ଯ୍ୟରତ ଥିବା ବେଳେ ଭାଜପା ନେତା ଉମାକାନ୍ତ ପଟ୍ଟନାୟକ ତାଙ୍କ ସମର୍ଥକମାନଙ୍କ ସହ ବିଡିଓଙ୍କ ଚାମ୍ବରରେ ଧସେଇ ପଶିଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ବିଭିନ୍ନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତାଙ୍କ କର୍ମୀମାନଙ୍କୁ ଦିଆଯାଉ ନ ଥିବା ନେଇ ଉମାକାନ୍ତ ପଟ୍ଟନାୟକ ବିଡିଓଙ୍କୁ ପ୍ରଶ୍ନ କରିଥିଲେ। ଏହି ସମୟରେ ବିଡିଓଙ୍କୁ କଟୁ ଭାଷାରେ ଗାଳିଗୁଲଜ କରାଯାଇଥିବା ନେଇ ସେଠାରେ ଉପସ୍ଥିତ ପ୍ରତ୍ୟକ୍ଷଦର୍ଶୀମାନେ ଅଭିଯୋଗ କରିଛନ୍ତି।

ଏତେ ସଂଖ୍ୟକ ଲୋକଙ୍କ ମଧ୍ୟରେ ବିଡିଓ ଅଣନିଶ୍ୱାସୀ ଅନୁଭବ କରିବା ସହ ନିଜ ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ବ୍ଲକ କର୍ମଚାରୀଙ୍କ ସହାୟତାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ତାଙ୍କ ଉଚ୍ଚରକ୍ତଚାପ ଓ ରକ୍ତରେ ଶର୍କରା ସ୍ତର ବୃଦ୍ଧି ପାଇଥିବା ଜଣାପଡ଼ିଥିଲା।

ଚିକିତ୍ସା ପରେ ମଧ୍ୟ ହୃଦ୍‌ରୋଗଜନିତ ସମସ୍ୟା ଅଧିକ ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି।

ଘଟଣାକୁ ନେଇ ଜିଲାରେ ଆଲୋଡ଼ନ ସୃଷ୍ଟି ହୋଇଥିବା ବେଳେ ପ୍ରଶାସନିକ ଅଧିକାରୀ ଓ ବ୍ଲକ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଭାଜପା ପକ୍ଷରୁ ଉମାକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ‘ହର ଘର ତ୍ରିରଙ୍ଗା’ ଯାତ୍ରା ପାଇଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରସ୍ତୁତି ଚାଲିଥିଲା। ବିଭିନ୍ନ ପଞ୍ଚାୟତରୁ ଆସିଥିବା କର୍ମୀମାନେ ମଧ୍ୟ ସେଠାରେ ଏକଜୁଟ ହୋଇଥିଲେ। ଏହା ପରେ ବିଡିଓଙ୍କ ଚାମ୍ବରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଡିଓ ଗୁରୁତର ଅସୁସ୍ଥ ଥିବାରୁ ଖବର ଲେଖାଯିବା ପର୍ଯ୍ୟନ୍ତ ତାଙ୍କ ପକ୍ଷରୁ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?