ମୁଖ୍ୟମନ୍ତ୍ରୀଙ୍କୁ ଭାଜପା ନେତା ଦାୟୀ କରିବା ଅପ୍ରାସଙ୍ଗିକ: ଦାମ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଆନ୍ଦୋଳନରତ ସମ୍ବଲପୁର ଓକିଲ ସଂଘ ଏବଂ ସୁପ୍ରିମକୋର୍ଟଙ୍କ ମଧ୍ୟରେ ଯେଉଁ ସମସ୍ୟା ଉପୁଜିଛି ଏବଂ ଏଥିରେ ଓକିଲମାନେ ଗିରଫ ହୋଇ ଜେଲ୍‌କୁ ଯିବା ଘଟଣା ସମ୍ପର୍କରେ ଭାଜପା ଏମ୍‌ପି ସୁରେଶ ପୂଜାରୀ ଏବଂ ତାଙ୍କର ସହଯୋଗୀ ଭାଜପା ନେତାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାୟୀ କରିବା ଅପ୍ରାସଙ୍ଗିକ ବୋଲି ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ କହିଛନ୍ତି। ସେ କହିଛନ୍ତି ଯେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଏକ ବିଚାର ବିଭାଗୀୟ ବିଷୟ ଏବଂ ଏହା ପ୍ରଶାସନିକ ବିଚାର ଅଧିକାର ବିଷୟ ନୁହେଁ। ରାଜ୍ୟ ଭିତରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ କେଉଁ କାରଣରୁ କେଉଁଠାରେ ସ୍ଥାପନ କରାଯିବ ସେ ସମ୍ପର୍କରେ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟ ଆଲୋଚନା କରି ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଲେ ରାଜ୍ୟ ସରକାର ଆନୁଷଙ୍ଗିକ ଭିତ୍ତିଭୂମି ଏବଂ ଅନ୍ୟାନ୍ୟ ସୁବିଧାସୁଯୋଗ ଯୋଗାଇ ଦେବେ। କିନ୍ତୁ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ସମ୍ପର୍କରେ ରାଜନୈତିକ କିମ୍ବା ପ୍ରଶାସନିକ ନିଷ୍ପତ୍ତି ନିଆଯିବା ସମ୍ଭବ ନୁହେଁ । ରାଜ୍ୟ ସରକାର ଯଦି ପଶ୍ଚିମ ପ୍ରାନ୍ତରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଆଣିବେ ଦକ୍ଷିଣାଞ୍ଚଳରେ ଥିବା ଜିଲାଗୁଡ଼ିକ ଏବଂ ଉତ୍ତର ଭାଗରେ ଥିବା ଜିଲାଗୁଡ଼ିକ ମଧ୍ୟ ସେମାନଙ୍କ ଅଞ୍ଚଳରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଦାବି ଉପସ୍ଥାପନ କରିବେ, ଯାହା ପଦ୍ମପୁରକୁ ଜିଲା ଘୋଷଣା କରିବା ଦାବିରୁ ଉଦ୍ଭବ ହୋଇଛି। ମୁଖ୍ୟମନ୍ତ୍ରୀଙ୍କୁ ଦାୟୀ କରି ଗଣମାଧ୍ୟମରେ ଯେଉଁ ବିବୃତି ଦିଆଯାଉଛି ତାହା କେବଳ ରାଜନୈତିକ ସ୍ବାର୍ଥ ହାସଲ ପାଇଁ ଲୋକମାନଙ୍କୁ ବିଭ୍ରାନ୍ତ କରିବା ବ୍ୟତୀତ ଅନ୍ୟ କିଛି ନୁହେଁ ବୋଲି ଦାମ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri