ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ ଗାୟଗଣ୍ଡା ନିକଟର କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି।

ଖବରପାଇ ଭଞ୍ଜନଗର ମେଡ଼ିକାଲରେ ଆଇନଜୀବୀ ଏବଂ ତାଙ୍କ ଶୁଭେଚ୍ଛୁମାନଙ୍କ ଭିଡ଼ ଜମିଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଅରୁଣଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ରବିବାର ରାତି ପ୍ରାୟ ୯ ଟା ସମୟରେ ଅରୁଣ ନିଜ ଗ୍ରାମ ଗାୟଗଣ୍ଡାକୁ କାର ଯୋଗେ ଫେରୁଥିଲେ। ବାଟରେ ଗ୍ରାମ ନିକଟରେ ଅରୁଣ ଗାଡିରୁ ଭାରସାମ୍ୟ ହରାଇଥିଲେ। ଫଳରେ ଗାଡିଟି ଓଲଟି ପଡ଼ିବା ସହ ଅରୁଣ ଗୁରୁତର ଭାବେ ଆହତ ହୋଇଥିଲେ। ଅଞ୍ଚଳବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡ଼ିକାଲରେ ଅରୁଣଙ୍କୁ ଡାକ୍ତର ଏକ ଘଣ୍ଟା ରଖି ଚିକିତ୍ସା କରିବା ପରେ ଇସିଜି କରି ରାତି ୧୧ ଟାରେ ମୃତ ଘୋଷଣା କରିଥିଲେ।

ତାଙ୍କର ଅକାଳ ବିୟୋଗରେ ଭଞ୍ଜନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାରସିଂ ପୋଲିସ, ଏଏସପି ରଞ୍ଜନ କୁମାର ଦେ, ଏସ୍‌ଡିପିଓ ଡ ଦୀପକ କୁମାର ମିଶ୍ର ପ୍ରମୁଖ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଅରୁଣ ଭାଜପାର ଜଣେ ଆଗ ଧାଡ଼ିର ନେତା ଥିଲେ। ସେ ଭଞ୍ଜନଗର ବାର ଆସୋସିଏଶନର ବିଭିନ୍ନ ପଦ ପଦବୀରେ ଏକାଧିକଥର ବିଜୟୀ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri