ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ ଗାୟଗଣ୍ଡା ନିକଟର କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି।

ଖବରପାଇ ଭଞ୍ଜନଗର ମେଡ଼ିକାଲରେ ଆଇନଜୀବୀ ଏବଂ ତାଙ୍କ ଶୁଭେଚ୍ଛୁମାନଙ୍କ ଭିଡ଼ ଜମିଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଅରୁଣଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ରବିବାର ରାତି ପ୍ରାୟ ୯ ଟା ସମୟରେ ଅରୁଣ ନିଜ ଗ୍ରାମ ଗାୟଗଣ୍ଡାକୁ କାର ଯୋଗେ ଫେରୁଥିଲେ। ବାଟରେ ଗ୍ରାମ ନିକଟରେ ଅରୁଣ ଗାଡିରୁ ଭାରସାମ୍ୟ ହରାଇଥିଲେ। ଫଳରେ ଗାଡିଟି ଓଲଟି ପଡ଼ିବା ସହ ଅରୁଣ ଗୁରୁତର ଭାବେ ଆହତ ହୋଇଥିଲେ। ଅଞ୍ଚଳବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡ଼ିକାଲରେ ଅରୁଣଙ୍କୁ ଡାକ୍ତର ଏକ ଘଣ୍ଟା ରଖି ଚିକିତ୍ସା କରିବା ପରେ ଇସିଜି କରି ରାତି ୧୧ ଟାରେ ମୃତ ଘୋଷଣା କରିଥିଲେ।

ତାଙ୍କର ଅକାଳ ବିୟୋଗରେ ଭଞ୍ଜନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାରସିଂ ପୋଲିସ, ଏଏସପି ରଞ୍ଜନ କୁମାର ଦେ, ଏସ୍‌ଡିପିଓ ଡ ଦୀପକ କୁମାର ମିଶ୍ର ପ୍ରମୁଖ ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଅରୁଣ ଭାଜପାର ଜଣେ ଆଗ ଧାଡ଼ିର ନେତା ଥିଲେ। ସେ ଭଞ୍ଜନଗର ବାର ଆସୋସିଏଶନର ବିଭିନ୍ନ ପଦ ପଦବୀରେ ଏକାଧିକଥର ବିଜୟୀ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri