ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼ ଦେଖିବାକୁ ମିଳିଛି । ଏହି ଅବସରରେ ଭାଜପାର ବରିଷ୍ଠ ନେତା ତଥା ଲୋକପ୍ରିୟ ନେତା ଜଗନ୍ନାଥ ପ୍ରଧାନ ଗତ ୨ ଦିନ ହେଲା ଦାରିଙ୍ଗବାଡି ଗସ୍ତରେ ଆସି ଇକୋ ରିଟ୍ରିଟରେ ରାତ୍ରିଯାପନ କରିଛନ୍ତି । ପ୍ରକାଶ ଯେ ୧୯୮୫ ମାଟ୍ରିକ ବ୍ୟାଚର ସାଙ୍ଗସାଥୀଙ୍କ ସହ ଜଗନ୍ନାଥ ବୁଲିବାକୁ ଆସିଛନ୍ତି ଏହି ସମୟରେ ସେ ଓ ତାଙ୍କ ସାଙ୍ଗସାଥି ଡ଼ୁଲୁରୀ ପାଇନ ବଣରେ ବଣ ଭୋଜି କରି ମଜା ନେଇଥିଲେ। ସେହିପରି ଲଭର୍ସ ପଏଣ୍ଟ, ମିଡିୟୁାନ୍ଦା ଜଳପ୍ରପାତ, ହିଲଭିୟୁ ପାର୍କ, କଫି ବଗିଚା ସମେତ ବିଭିନ୍ନ ସ୍ଥାନ ବୁଲିଥିଲେ । ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି , ଦାରିଙ୍ଗବାଡିକୁ ପ୍ରକୃତି ଯାହା ଦେଇଛି ତାହା ଅନ୍ୟ ସ୍ଥାନରେ ଦେଖିବାକୁ ମିଳୁନାହିଁ । ଓଡ଼ିଶାର ଦେଓମାଳୀ ଓ ଦାରିଙ୍ଗବାଡିକୁ ଭୁୟସୀ ପ୍ରଂଶସା କରିଛନ୍ତି । ଏଥିସହ ପର୍ଯ୍ୟଟନର ବିକାଶ ପାଇଁ ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା, ପୂର୍ତ୍ତ ଓ କୋଠାବାଡି ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହ ଆଲୋଚନା କରିବା ସହ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ମଧ୍ୟ ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଜଣାଇବି ବୋଲି କହିଛନ୍ତି । ଏଥିସହ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଯାହା ସେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି। ସେହିପରି ସିଙ୍ଗାପୁର ଭଳି ଆମ ରାଜ୍ୟ ମଧ୍ୟ ପର୍ଯ୍ୟଟନକ୍ଷେତ୍ରରେ ବିକାଶ ହେବା ଆବଶ୍ୟକ । ପର୍ଯ୍ୟଟନକ୍ଷେତ୍ରର ବିକାଶ ହେଲେ ସ୍ଥାନୀୟ ଲୋକଙ୍କ ବିକାଶ ଓ ସାବଲମ୍ବୀ ହୋଇପାରିବେ ଏବଂ ସରକାରଙ୍କ ମଧ୍ୟ ରାଜସ୍ବ ବୃଦ୍ଧି ପାଇବ ବୋଲି ଏକ ସାକ୍ଷାତକାରରେ ସୂଚନା ଦେଇଛନ୍ତି। ତାଙ୍କ ମାଟ୍ରିକ ବ୍ୟାଚର ସାଙ୍ଗସାଥିମାନେ ମଧ୍ୟ ଦାରିଙ୍ଗବାଡିକୁ ପ୍ରଂଶସା କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri