ୟୁନୁସଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଭାଜପା ନେତା, କାବା ହୋଇଗଲେ ସରକାର

ନୂଆଦିଲ୍ଲୀ,୧୦।୧୨: ବରିଷ୍ଠ ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ସମର୍ଥନ କରିଛନ୍ତି। ସେ ଶେଖ ହସିନାଙ୍କୁ ବାଂଲାଦେଶର ଆଇନଗତ ପ୍ରଧାନମନ୍ତ୍ରୀ ବୋଲି କହିବା ସହ ବର୍ତ୍ତମାନ କ୍ଷମତାରେ ଥିବା ମହମ୍ମଦ ୟୁନୁସ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।

ବାଂଲାଦେଶର କାମଚଳା ୟୁନୁସ ସରକାର ବେଆଇନ ଭାବେ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ହୋଇଥିବା ଶେଖ ହାସିନାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇ ଦେଇଥିବା ଅଧିକାରୀ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଶେଖ ହାସିନା ହେଉଛନ୍ତି ବାଂଲାଦେଶର ଆଇନଗତ ପ୍ରଧାନମନ୍ତ୍ରୀ। ଯଦି ତାଙ୍କୁ ହଟାଇବାର ଆବଶ୍ୟକ ରହିଛି, ତା’ହେଲେ ଗଣତାନ୍ତ୍ରିକ ଉପାୟରେ ଏହା କରାଯାଇ ପାରିବ। ବର୍ତ୍ତମାନର କାମଚଳା ସରକାର ବେଆଇନ। ଯେତେବେଳେ ହାସିନା ଢାକା ଏୟାରପୋର୍ଟରେ ପହଞ୍ଚିବେ ସେତେବେଳେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ସ୍ବାଗତ କରାଯିବ। ବାଂଲାଦେଶରେ କେମିତି ଗଣତନ୍ତ୍ର ପ୍ରତିଷ୍ଠା ହେବ, ସେଥିରେ ଅନ୍ତର୍ଜାତୀୟ ସମୂହ ହସ୍ତକ୍ଷେପ କରନ୍ତୁ।

ସେ ଆହୁରି କହିଛନ୍ତି, ବେଙ୍ଗଲୀ ହିନ୍ଦୁମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଆମେ ବାଂଲାଦେଶ ତିଆରି କରିଥିଲୁ ଓ ୧୭ ହଜାର ଭାରତୀୟ ସୈନ୍ୟ ଏହାର ସ୍ବାଧୀନତା ପାଇଁ ବଳିଦାନ ଦେଇଥିଲେ। ଆମେ ମୁଜିବୁର ରହମନଙ୍କୁ ମଧ୍ୟ ସୁରକ୍ଷା ଦେଇଥିଲୁ। ଆଜି ବାଂଲାଦେଶରେ ହିନ୍ଦୁମାନଙ୍କୁ ର୍ନିଯାତନା ଦିଆଯାଉଛି। କେହି ବି ହିନ୍ଦୁମାନଙ୍କୁ ସେଠାରେ ଛୁଇଁପାରିବେ ନାହିଁ। ପୂରା ବିଶ୍ୱର ହିନ୍ଦୁ ସେମାନଙ୍କ ସୁରକ୍ଷା ପାଇଁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri