Posted inଜାତୀୟ

ମିଳିଲାନି ଟିକେଟ୍‌, ପୁଣି କ୍ଲିନିକ୍‌କୁ ଫେରିବେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୩।୩: ଗୌତମ ଗମ୍ଭୀର ଓ ଜୟନ୍ତ ସିହ୍ନାଙ୍କ ପରେ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆରେ ଏନେଇ ପୋଷ୍ଟ କରି ସୂଚନା ଦେଇଛନ୍ତି। ସେ ଏମିତି ସମୟରେ ଏପରି ନିଷ୍ପତ୍ତି ନେଇଛନ୍ତି ଯାହାର ଗୋଟିଏ ଦିନ ପୂର୍ବରୁ ଭାଜପା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଥିଲା। ଯେଉଁଥିରେ ତାଙ୍କର ନାଁ ନ ଥିଲା।

ସୋସିଆଲ ମିଡିଆରେ ପୋଷ୍ଟ କରି ହର୍ଷବର୍ଦ୍ଧନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦଳର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଆରଏସଏସ ନେତୃତ୍ୱଙ୍କ ଅନୁରୋଧ କ୍ରମେ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲି। ମୋ ପାଇଁ ଗଣତନ୍ତ୍ରର ଅର୍ଥ, ଗଣତନ୍ତ୍ରର ତିନୋଟି ମୁଖ୍ୟ ଶତ୍ରୁ ଦାରିଦ୍ରତା, ରୋଗ ଏବଂ ଅଜ୍ଞାନତା ସହ ଲଢିବା। ଗତ ତିରିଶ ବର୍ଷର ରାଜନୈତିକ ଯାତ୍ରା ଅତି ଚମତ୍କାର ରହିଛି। ନିଜ ରାଜନୈତିକ କ୍ୟାରିୟରରେ ମୁଁ ପାଞ୍ଚଟି ବିଧାନସଭା ନିର୍ବାଚନ ଏବଂ ଦୁଇଟି ସଂସଦୀୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ଏକ ବଡ ବ୍ୟବଧାନରେ ବିଜୟ ହାସଲ କରିଛି। ମୋର ଏହା ଚମତ୍କାର ଇନିଂସ ଥିଲା ଯେଉଁଥିରେ ସାଧାରଣ ଲୋକଙ୍କର ସେବା କରିବାର ସୁଯୋଗ ମିଳିଛି। ପୋଲିଓମୁକ୍ତ ଭାରତ ଏବଂ ପରେ କୋଭିଡ ସମୟରେ ଦେଶବାସୀଙ୍କ ସେବା କରି ନିଜକୁ ଧନ୍ୟ ମଣୁଛି।
ହର୍ଷ ବର୍ଦ୍ଧନ ଆହୁରି କହିଛନ୍ତି ଯେ, ମୁଁ ରାଜ୍ୟ ତଥା କେନ୍ଦ୍ର ତଥା ପାର୍ଟି ସଂଗଠନରେ ବହୁ ସମ୍ମାନଜନକ ପଦବୀରେ କାର୍ଯ୍ୟ କରିଛିି। ବର୍ତ୍ତମାନ ନିଜ ମେଡିକାଲ ପେଶାକୁ ଫେରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri