ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ ପରେ ସମ୍ପ୍ରତି ଓଲଟା ଚିତ୍ର ଦେଖିବାକୁ ମିଳୁଛି। ଭାଜପା ରାଜ୍ୟରେ ପୁଣି ମଦ ଦୋକାନ ପାଇଁ ଟେଣ୍ଡର ପ୍ରକ୍ରିୟା କରାଯାଇ ଜିଲାପାଳମାନଙ୍କ ଦ୍ୱାରା ଲଟେରୀ ଉଠାଣ କରାଯାଇଛି। ଏହିକ୍ରମରେ ମାନେଶ୍ୱର ଜାତୀୟ ରାଜପଥ କଡ଼ରେ ନୂତନ ଭାବେ ଖୋଲାଯାଇଥିବା ଏକ ବିଦେଶୀ ମଦ ଦୋକାନକୁ ଜଣେ ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିଧାୟକ ଫିତା କାଟି ଉଦ୍‌ଘାଟନ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଏହାକୁ ନେଇ ବିରୋଧୀ କଂଗ୍ରେସ ପକ୍ଷରୁ ସରକାରଙ୍କୁ କଡ଼ା ସମାଲୋଚନା କରିଛି। କଂଗ୍ରେସ ନେତା ତଥା ରାଜ୍ୟ ସମ୍ପାଦକ ଦିଲୀପ ଦୁରିଆ ଏକ ପ୍ରେସ୍‌ ବିବୃତି ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ନିର୍ବାଚନ ସଭାଗୁଡ଼ିକରେ ଭାଜପା ନେତାମାନେ ରାଜ୍ୟକୁ ନିଶାମୁକ୍ତ କରିବା ପ୍ରସଙ୍ଗ ଉଠାଇ ମହିଳା ଭୋଟରଙ୍କୁ ଆକର୍ଷିତ କରିଥିଲେ। ମାତ୍ର ବର୍ତ୍ତମାନ ରାଜ୍ୟରେ ମଦ ବିକ୍ରି ବୃଦ୍ଧି ପାଇଛି। ଅପରପକ୍ଷେ ଭାଜପା ନେତା ଓ କର୍ମୀମାନେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ମଦ ଦୋକାନରେ ଭାଗୀଦାର ରହୁଛନ୍ତି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ବୋଲି ରାଜ୍ୟ ସମ୍ପାଦକ ଦୁରିଆ କହିଛନ୍ତି। ଅନ୍ୟପକ୍ଷେ ନେଇ ରେଙ୍ଗାଲିର ପୂର୍ବତନ ବିଧାୟକ ନାଉରୀ ନାୟକଙ୍କୁ ପଚାରିବାରେ ଦୋକାନର ଗୃହ ପ୍ରବେଶ କାର୍ଯ୍ୟକ୍ରମ ଥିଲା। ଜନ ପ୍ରତିନିଧି ଭାବେ ଯୋଗ ଦେଇଥିଲି। କିନ୍ତୁ ଏ ନେଇ କଂଗ୍ରେସର ପ୍ରତିକ୍ରୀୟା ଅତ୍ୟନ୍ତ ହାସ୍ୟାସ୍ପଦ ଅଟେ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri