Posted inଜାତୀୟ

ନୀତୀଶଙ୍କୁ ନେଇ କୈଳାଶ ବିଜୟଭର୍ଗିୟଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୧୯ ।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ରାଷ୍ଟୀୟ ମହାସଚିବ କୈଳାଶ ବିଜୟଭର୍ଗିୟ ଏକ ବିବାଦୀୟ ବୟାନ ଦେଇଛନ୍ତି । ଗୁରୁବାର ଇନେ୍ଦାରରେ ବିଜୟଭର୍ଗିୟ କହଛନ୍ତି, ଯେମିତି ଭାବେ ଆମେରିକାରେ ଯୁବତୀମାନେ ନିଜର ପୁରୁଷ ବନ୍ଧୁ ବଦଳାଇ ଥାଆନ୍ତି ଠିକ୍ ସେହି ଅବସ୍ଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ।
ବିଜୟଭର୍ଗିୟ ଆହୁରି ମଧ୍ୟ କହିଛନ୍ତି, ଯେଉଁଦିନ ବିହାରରେ ସରକାର ବଦଳିଲା ସେଦିନ ମୁଁ ବିଦେଶରେ ଥିଲି, ସେପର୍ଯ୍ୟନ୍ତ ବ୍ୟକ୍ତି ଜଣଙ୍କ କହୁଥିଲେ ଆମର ଏଠି ଏମିତି ହୁଏ । ଆମେରିକାର ଯୁବତୀ କେତେବେଳେ ବି ପୁରୁଷ ବନ୍ଧୁ ବଦଳାଇ ପାରନ୍ତି । ବିହାର ମୁଖ୍ୟମନ୍ତ୍ରୀଙ୍କର ବି ସେହି ଅବସ୍ଥା । ସେ କେତେବେଳେ କାହା ହାତ ଧରନ୍ତି, ପୁଣି କେତେବେଳେ କାହା ହାତ ଛାଡି ଦିଅନ୍ତି । ଏହାର ଜବାବରେ କଂଗ୍ରେସ ନେତା ରଣଦୀପ ସିଂ ସୁରଜେୱାଲା କହିଛନ୍ତି, ଭାଜପାର ରାଷ୍ଟ୍ରୀୟ ମହାସଚିବଙ୍କ ଦ୍ୱାରା ନାରୀ ସମ୍ମାନର ନୂଆ ନମୁନା ଦିଆଯାଇଛି । ସୂଚନାଯୋଗ୍ୟ, କିଛିଦିନ ତଳେ ଏନଡିଏଠାରୁ ଅଲଗା ହୋଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜେଡିୟୁ ରାଷ୍ଟ୍ରୀୟ ଜନତା ଦଳ ସହ ମେଣ୍ଟ କରି ସରକାର ଗଠନ କରିଛି । ଏଥିରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଥିବା ବେଳେ ଜେତସ୍ୱୀ ଯାଦବ ଉପ ମୁଖ୍ୟମନ୍ତ୍ରୀ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri