ମେଣ୍ଟ ଚର୍ଚ୍ଚା ଭିତରେ ଏମିତି କହିଲେ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୧୧।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଉଭୟ ଦଳ ନିଜ ଆଭିମୁଖ୍ୟ ସ୍ପଷ୍ଟ କରୁନାହାନ୍ତି। ଏସବୁ ଭିତରେ ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ଭାଜପା ଏକ ଜାତୀୟ ଦଳ, ତେଣୁ ସବୁ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ। ବିଜେଡି ଏକ ଆଞ୍ଚଳିକ ଦଳ, ତାଙ୍କର ରାଜ୍ୟରେ ସବୁକିଛି ନିଷ୍ପତ୍ତିି ହେବ। ତେଣୁ ଏବେ ଦିଲ୍ଲୀ ଉପରେ ସମସ୍ତଙ୍କ ନଜର ରହିଛି। ଯେପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ସୂଚନା ଆସିନାହିଁ, ସେ ସମ୍ପର୍କରେ କିଛି କହିବା ଠିକ ହେବ ନାହିଁ। ମେଣ୍ଟକୁ ନେଇ କର୍ମୀଙ୍କ ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍‌ ନୁହେଁ। ଆମେ ଦଳର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା। ଦେଶର ହିତ ପାଇଁ ଯାହା ନିଷ୍ପତ୍ତି ହୁଏ ତାହାକୁ ଗ୍ରହଣ କରିବୁ।
ସୂଚନାଯୋଗ୍ୟ, ରବିବାର ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଥିଲା। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ଯାଇଥିଲେ। ଏଥିରେ ଭାଜପା ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର,ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ସଂଗଠନ ସମ୍ପାଦକ ମାନସ ମହାନ୍ତି ଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟକୁ ନେଇ କହିଥିଲେ, ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ପରେ ହିଁ ସବୁକିଛି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri