ମେଣ୍ଟ ଚର୍ଚ୍ଚା ଭିତରେ ଏମିତି କହିଲେ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୧୧।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଉଭୟ ଦଳ ନିଜ ଆଭିମୁଖ୍ୟ ସ୍ପଷ୍ଟ କରୁନାହାନ୍ତି। ଏସବୁ ଭିତରେ ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ଭାଜପା ଏକ ଜାତୀୟ ଦଳ, ତେଣୁ ସବୁ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ। ବିଜେଡି ଏକ ଆଞ୍ଚଳିକ ଦଳ, ତାଙ୍କର ରାଜ୍ୟରେ ସବୁକିଛି ନିଷ୍ପତ୍ତିି ହେବ। ତେଣୁ ଏବେ ଦିଲ୍ଲୀ ଉପରେ ସମସ୍ତଙ୍କ ନଜର ରହିଛି। ଯେପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ସୂଚନା ଆସିନାହିଁ, ସେ ସମ୍ପର୍କରେ କିଛି କହିବା ଠିକ ହେବ ନାହିଁ। ମେଣ୍ଟକୁ ନେଇ କର୍ମୀଙ୍କ ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍‌ ନୁହେଁ। ଆମେ ଦଳର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା। ଦେଶର ହିତ ପାଇଁ ଯାହା ନିଷ୍ପତ୍ତି ହୁଏ ତାହାକୁ ଗ୍ରହଣ କରିବୁ।
ସୂଚନାଯୋଗ୍ୟ, ରବିବାର ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଥିଲା। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ଯାଇଥିଲେ। ଏଥିରେ ଭାଜପା ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର,ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ସଂଗଠନ ସମ୍ପାଦକ ମାନସ ମହାନ୍ତି ଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟକୁ ନେଇ କହିଥିଲେ, ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ପରେ ହିଁ ସବୁକିଛି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର: କୃଷ୍ଣ ପାତ୍ର

ଭୁବନେଶ୍ୱର,୧୬।୩: ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ...

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri