ଭାଜପା ନେତା ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’

ବେଗୁନିଆପଡ଼ା,୨୭ା୧୧(ଡି.ଏନ୍‌.ଏ.): ରବିବାର ପ୍ରଧାନମନ୍ତ୍ରୀଙ୍କ ୯୫ତମ ମନ କି ବାତ୍‌ କାର୍ଯ୍ୟକ୍ରମକୁ ଭାଜପା ନେତା ଶୁଣିଛନ୍ତି। ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ ଝାଡ଼େଶ୍ବରଠାରେ ଆୟୋଜିତ ହୋଇଥିଲା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏଥିରେ ଗଞ୍ଜାମ ଜିଲା ଭାଜପା ସଭାପତି ବିଭୂତି ଜେନା, ରାଜ୍ୟ ଉପସଭାପତି ଅନୀତା ଶୁଭଦର୍ଶନୀ, ଜିଲା ସାଧାରଣ ସମ୍ପାଦକ ଅନୀଲ ପଣ୍ଡା, ସମ୍ପାଦକ ଯଜ୍ଞ ନାରାୟଣ ଦାସ, କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, କାର୍ଯ୍ୟକାରିଣୀ ୨୨ ସଦସ୍ୟା ଭାରତୀ ବେହେରା, କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ଉପାଧ୍ୟକ୍ଷା ରଞ୍ଜିତା ସେଠୀଙ୍କ ସମେତ ବହୁ ନେତା ଓ ଅନ୍ୟ ସଦସ୍ୟ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମରୁ ଜି ୨୦ ସମ୍ମିଳନୀ କଥା କହିଛନ୍ତି ମୋଦି। ଭାରତ ଜି୨୦ ସମ୍ମିଳନୀର ସଭାପତିତ୍ୱ କରିବାକୁ ନେଇ ସେ ଗର୍ବ ଅନୁଭବ କରୁଛନ୍ତି ବୋଲି କହିଛନ୍ତି। ଏହାସହ ଖୁବଶୀଘ୍ର ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ୧୦୦ ତମ ଅଧ୍ୟାୟ ପୂରଣ କରିବାକୁ ଯାଉଛି ବୋଲି ସେ କହିଛନ୍ତି।
ଆମକୁ ବିଶ୍ବର ମଙ୍ଗଳ ଉପରେ ଧ୍ୟାନ ଦେବାକୁ ପଡ଼ିବ। ଶାନ୍ତି, ଏକତା ଏବଂ ନିରନ୍ତର ବିଶ୍ବାସ ରଖିବା ଉଚିତ୍‌। ଯାହା ଫଳରେ ଆମ ସମସ୍ୟାର ସମାଧାନ ହୋଇପାରିବ। ଚଳିତ ଥରର ଥିମ ରହିଛି, ଆମେ ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri