ବିଜେଡିରେ ପଶ୍ଚିମ ଓଡ଼ିଶାର ଭାଜପା ନେତା

ଭୁବନେଶ୍ୱର,୨୫ା୭(ଅନିଲ ଦାସ):ପଶ୍ଚିମ ଓଡ଼ିଶାର ବରିଷ୍ଠ ଭାଜପା ନେତା ଓ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ସୋମବାର ଶଙ୍ଖଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭା ସଦସ୍ୟ ତଥା ବିଜେଡିର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।
ଏହି ଅବସରରେ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ଆଗେଇ ନେବା ତଥା ଜଗଦୀଶଙ୍କ ଯୋଗଦାନ ଫଳରେ ପଶ୍ଚିମ ଓଡ଼ିଶାରେ ଦଳୀୟ ସଙ୍ଗଠନ ମଜଭୁତ ହେବ ବୋଲି ମାନସ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କର ବିକାଶମୂଳକ କାର୍ଯ୍ୟ ତଥା ଜନକଲ୍ୟାଣ ଯୋଜନାରେ ଉଦ୍‌ବୁଦ୍ଧ ହୋଇ ସେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି ବୋଲି ଜଗଦୀଶ କହିଛନ୍ତି ା ମହିଳା ସଶକ୍ତୀକରଣ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ବିଜୁ ଏକ୍ସପ୍ରେସ୍‌ ୱେ, ୫-ଟି ସ୍କୁଲ ରୂପାନ୍ତରଣ, କ୍ରୀଡ଼ା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଲାଗି ଓଡ଼ିଶା ଆଜି ସାରା ବିଶ୍ୱରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି ବୋଲି ସେ କହିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଜଗଦୀଶ, ରାଷ୍ଟ୍ରୀୟ କୁଲ୍‌ଟା ସମାଜର ଜାତୀୟ ସାଧାରଣ ସମ୍ପାଦକ, ଭାରତୀୟ ମଜଦୁର ସଂଘର ପଶ୍ଚିମଓଡ଼ିଶା ଆବାହକ, ଇଷ୍ଟ କୋଷ୍ଟ ରେଲ୍‌ୱେ ଠିକା ମଜଦୁର ସଂଘର କ୍ଷେତ୍ରୀୟ ସଭାପତି ଭଳି ଅନେକ ସଙ୍ଗଠନ ସହ ସମ୍ପୃକ୍ତ ଅଛନ୍ତି ା ଏହି ମିଶ୍ରଣ ପର୍ବରେ ଦଳର ମୁଖପାତ୍ର ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ନେତା ମୌସମ୍‌ ମିଶ୍ର ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri