ଭାଜପା ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟଣା: ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୭।୧୦: ବ୍ରହ୍ମପୁର ସହରର ବ୍ରହ୍ମାନଗର ଅଞ୍ଚଳରେ ଭାଜପା ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡକୁ ଦୃଢ଼ ନିନ୍ଦା କରିବା ସହ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ଭଳି ଶାନ୍ତିପୂର୍ଣ୍ଣ ରାଜ୍ୟରେ ହତ୍ୟାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସୋମବାର ବ୍ରହ୍ମପୁର ସହରର ବ୍ରହ୍ମାନଗର ଅଞ୍ଚଳରେ ଭାଜପା ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ଦୁଇ ଦୁର୍ବୃତ୍ତ ତାଙ୍କ ଘର ବାହାରେ ଗୁଳିମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ପୀତବାସ ପଣ୍ଡା ରାଜ୍ୟ ଆଇନଜୀବୀ ପରିଷଦର ଜଣେ ସକ୍ରିୟ ସଦସ୍ୟ ଥିଲେ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri