Posted inଜାତୀୟ

ରାହୁଲଙ୍କୁ କୋର୍ଟକୁ ଟାଣିଆଣିବି: ଆମେରିକାରେ ଏମିତି କ’ଣ କହିଦେଲେ କଂଗ୍ରେସ ନେତା, ଯାହାକୁ ଶୁଣି…

ନୂଆଦିଲ୍ଲୀ,୧୦।୯: ଆମେରିକା ଗସ୍ତରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ବୟାନକୁ ନେଇ ଭାରତ ଭାରତୀୟ ଜନତା ପାର୍ଟି (ଭାଜପା) ର ଟାର୍ଗେଟରେ ଅଛନ୍ତି। ଭାଜପା ନେତାମାନେ ତାଙ୍କ ବିବୃତ୍ତିକୁ ନିରନ୍ତର ସମାଲୋଚନା କରୁଛନ୍ତି ଏବଂ ଆକ୍ରମଣ କରୁଛନ୍ତି। ଏହି ସମୟରେ ଜଣେ ଭାଜପା ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟକୁ ଟାଣି ଆଣିବେ ବୋଲି ଧମକ ଦେଇଛନ୍ତି।

ଶିଖଙ୍କ ସମ୍ପର୍କରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତିରେ ଭାଜପାର ଜାତୀୟ ମୁଖପାତ୍ର ଆରପି ସିଂ କହିଛନ୍ତି, ଦିଲ୍ଲୀରେ ୩୦୦୦ଶିଖଙ୍କୁ ହତ୍ୟା କରାଯାଇଥିଲା, ସେମାନଙ୍କ ପଗଡି କାଢି ଦିଆଯାଇଥିଲା, କେଶ କାଟି ଦିଆଯାଇଥିଲା ଏବଂ ଦାଢି କାଟି ଦିଆଯାଇଥିଲା। ସେ (ରାହୁଲ ଗାନ୍ଧୀ) କହୁନାହିଁ କି ସେ (କଂଗ୍ରେସ) କ୍ଷମତାରେ ଥିବାବେଳେ ଏହା ଘଟିଥିଲା। ମୁଁ ରାହୁଲ ଗାନ୍ଧୀଙ୍କୁ ଚ୍ୟାଲେଞ୍ଜ କରୁଛି ଶିଖମାନଙ୍କ ବିଷୟରେ ଯାହା କହୁଛନ୍ତି ତାହା ଭାରତରେ ଆଉଥରେ ତାହା ପୁନରାବୃତ୍ତି କରନ୍ତୁ, ମୁଁ ତାଙ୍କ ବିରୋଧରେ ମାମଲା ଦାୟର କରିବି। ମୁଁ ତାଙ୍କୁ କୋର୍ଟକୁ ଟାଣିଆଣିବି।

ଆମେରିକାର ଭିରଜିନିଆରେ ରାହୁଲ ଗାନ୍ଧୀ କହିଥିଲେ ଯେ ପ୍ରଥମେ ଆମକୁ ପ୍ରକୃତରେ କ’ଣ ପାଇଁ ଲଢେଇ ହେଉଛି, ସେକଥା ବୁଝିବାକୁ ପଡିବ, ଏହା ରାଜନୀତିକ ଲଢେଇ ନୁହେଁ। ଏହା ସୁପରଫିସିଆଲ। ଜଣେ ଶିଖକୁ ଭାରତରେ ପଗଡି ପିନ୍ଧିବାକୁ ଅନୁମତି ମିଳିବ କି ନାହିଁ? ଜଣେ ଶିଖକୁ ଭାରତରରେ କଡା ପିନ୍ଧିବାକୁ ଅନୁମତି ମିଳିବ କି ନାହିଁ? ଜଣେ ଶିଖ ହିସାବରେ ଗୁରୁଦ୍ୱାରା ଯାଇ ପାରିବ କି ନାହିଁ, ବର୍ତ୍ତମାନ ସେହି ଲଢେଇ ଚାଲିଛି। ଏହି ଲଢେଇ କେବଳ ଶିଖମାନଙ୍କ ପାଇଁ ନୁହେଁ, ସବୁ ଧର୍ମାବଲମ୍ବୀଙ୍କ କ୍ଷେତ୍ରରେ ଘଟୁଛି। ଏହାକୁ ଭାଜପା ସମାଲୋଚନା କରିବା ସହ ୧୯୮୪ରେ ଶିଖ ଦଙ୍ଗା କଥା ଉଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?