ସମୀର ଦେଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ: ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ନବୀନଙ୍କ ଯାଏ …

କଟକ,୧୮।୧୧: ତେବେ ସମୀର ଦେ’ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ର ପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ଏହିପରୀପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ କରିଛନ୍ତି । ସମୀରଙ୍କ ବିୟୋଗ ଖବର ପାଇ ସେ ମର୍ମାହତ ଥିବା ଏକ୍ସରେ ଉଲ୍ଲେଖ କରିଛନ୍ତି। ସମୀର ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିଲେ । ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୁମିକା ରହିଥିଲା। ଏନେଇ ସେ ତାଙ୍କର ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ରାଷ୍ଟ୍ରପତି ଜଣାଇଛନ୍ତି।

ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି  । ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମଧ୍ୟ କହିଛନ୍ତି । ସେ ମେଡିକାଲରେ ଚିକିତ୍ସିତ ହେଉଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ । ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସମୀର ଦେ, ଆମ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି । ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ । ୧୯୯୫ ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର ପକାଇ ଥିଲେ ।

୨୦୦୦ ଓ ୨୦୦୪ ରେ ମନ୍ତ୍ରୀ ଭାବରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିଥିଲେ । ତାଙ୍କର ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ, ସମଗ୍ର ଓଡ଼ିଶା ପାଇଁ ଏକ ବିରାଟ କ୍ଷତି । ଏହି ଦୁଃଖକୁ ସହ୍ୟ କରିବା ପାଇଁ ତାଙ୍କ ପରିବାରକୁ ମହାପ୍ରଭୁ ଅସୀମ ଶକ୍ତି ଦିଅନ୍ତୁ ବୋଲି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରେ ମେଣ୍ଟ ସରକାର ସମୟରେ ମଧ୍ୟ ସେ ନଗର ଉନ୍ନୟନ ମନ୍ତ୍ରୀ ହୋଇଥିଲେ । ଏହାପରେ ୨୦୦୪ରେ ମସିହାରେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ ।

ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିବା ବେଳେ ରେଭେନ୍ସା କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା । ସେ ବିଜେପିର ଜଣେ ଟାଣୁଆ ସଂଗଠକ ଥିଲେ । ଛାତ୍ର ଜୀବନରୁ ସେ ବହୁ ସାମାଜିକ ଅନୁଷ୍ଠାନ ଓ ସଂଗଠନ ସହ ଜଡ଼ିତ ଥିଲେ । ରାଜ୍ୟ ବିଜେପିର ଉପସଭାପତି ମଧ୍ୟ ଥିଲେ । ବିଭିନ୍ନ କ୍ରୀଡା ସଂଗଠନର ନେତୃତ୍ୱ ନେଇଥିଲେ । ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍‌ର ସଭାପତି ଥିଲେ । ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri