ସମୀର ଦେଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ: ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ନବୀନଙ୍କ ଯାଏ …

କଟକ,୧୮।୧୧: ତେବେ ସମୀର ଦେ’ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ର ପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ଏହିପରୀପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକପ୍ରକାଶ କରିଛନ୍ତି । ସମୀରଙ୍କ ବିୟୋଗ ଖବର ପାଇ ସେ ମର୍ମାହତ ଥିବା ଏକ୍ସରେ ଉଲ୍ଲେଖ କରିଛନ୍ତି। ସମୀର ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିଲେ । ଓଡ଼ିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୁମିକା ରହିଥିଲା। ଏନେଇ ସେ ତାଙ୍କର ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ରାଷ୍ଟ୍ରପତି ଜଣାଇଛନ୍ତି।

ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି  । ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମଧ୍ୟ କହିଛନ୍ତି । ସେ ମେଡିକାଲରେ ଚିକିତ୍ସିତ ହେଉଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ । ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସମୀର ଦେ, ଆମ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି । ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ । ୧୯୯୫ ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର ପକାଇ ଥିଲେ ।

୨୦୦୦ ଓ ୨୦୦୪ ରେ ମନ୍ତ୍ରୀ ଭାବରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିଥିଲେ । ତାଙ୍କର ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ, ସମଗ୍ର ଓଡ଼ିଶା ପାଇଁ ଏକ ବିରାଟ କ୍ଷତି । ଏହି ଦୁଃଖକୁ ସହ୍ୟ କରିବା ପାଇଁ ତାଙ୍କ ପରିବାରକୁ ମହାପ୍ରଭୁ ଅସୀମ ଶକ୍ତି ଦିଅନ୍ତୁ ବୋଲି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରେ ମେଣ୍ଟ ସରକାର ସମୟରେ ମଧ୍ୟ ସେ ନଗର ଉନ୍ନୟନ ମନ୍ତ୍ରୀ ହୋଇଥିଲେ । ଏହାପରେ ୨୦୦୪ରେ ମସିହାରେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ ।

ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିବା ବେଳେ ରେଭେନ୍ସା କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା । ସେ ବିଜେପିର ଜଣେ ଟାଣୁଆ ସଂଗଠକ ଥିଲେ । ଛାତ୍ର ଜୀବନରୁ ସେ ବହୁ ସାମାଜିକ ଅନୁଷ୍ଠାନ ଓ ସଂଗଠନ ସହ ଜଡ଼ିତ ଥିଲେ । ରାଜ୍ୟ ବିଜେପିର ଉପସଭାପତି ମଧ୍ୟ ଥିଲେ । ବିଭିନ୍ନ କ୍ରୀଡା ସଂଗଠନର ନେତୃତ୍ୱ ନେଇଥିଲେ । ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍‌ର ସଭାପତି ଥିଲେ । ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri