Posted inଜାତୀୟ

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ ନିଆଁ ଲଗାଇଦେବାରୁ ଜଣେ ଭାଜପା ନେତା ଜୀବନ୍ତ ଧଗ୍ଧ ହୋଇଥିବାବେଳେ ତାଙ୍କର ୨ ସମ୍ପର୍କୀୟଙ୍କ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣାଟି ସୋନହାଟର କୋଟଯୋଡ଼ି ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ହୋଇଛି। ଅଭିଯୁକ୍ତମାନେ ଏକ ଟିପ୍ପର ସାହାଯ୍ୟରେ ଫର୍ଚୁନର କାର୍‌କୁ ବାରମ୍ବାର ଧକ୍କା ଦେଇଥିଲେ। ଫଳରେ ଗାଡ଼ିରେ ନିଆଁ ଲାଗିବା ପୂର୍ବରୁ ସେଥିରେ ଥିବା ଲୋକମାନେ ଭିତରେ ଫସି ରହିଯାଇଥିଲେ। ମୃତକଙ୍କ ମଧ୍ୟରେ ଭାଜପା ନେତା ଭରତ ସିଂ ଗେହରୱାର ଓରଫ ଲାଲ୍ଲା ସିଂ ଗାଡ଼ି ଭିତରେ ସମ୍ପୂର୍ଣ୍ଣ ପୋଡ଼ି ହୋଇଯାଇଥିବାବେଳେ ତାଙ୍କ ସମ୍ପର୍କୀୟ ନାଗେନ୍ଦ୍ର ସିଂ ଏବଂ ବୀରେନ୍ଦ୍ର ସିଂଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।
ଲାଲ୍ଲା ସିଂ ଦୀର୍ଘ ଦିନ ଧରି ଏହି ଅଞ୍ଚଳରେ ଜଣେ ରାଜନୈତିକ ପ୍ରଭାବଶାଳୀ ବ୍ୟକ୍ତି ଥିଲେ। ବାଲି ଖନନକୁ ନେଇ ଗତ କିଛି ମାସ ହେବ ଏହି ଅଞ୍ଚଳରେ ସିଂ ଏବଂ ଠାକୁର ଗୋଷ୍ଠୀ ମଧ୍ୟରେ ବିବାଦ ଚାଲିଥିଲା। ତଦନ୍ତକାରୀଙ୍କ କହିବାନୁସାରେ, ବାଲି ବ୍ୟବସାୟରେ ଜଡ଼ିତ ଦୁଇଟି ଗୋଷ୍ଠୀ ମଧ୍ୟରେ ବଢୁଥିବା ତିକ୍ତତା ଯୋଗୁଁ ଏହି ହିଂସାକାଣ୍ଡ ଘଟିଛି। ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ଏହି ଘଟଣାକୁ ନିନ୍ଦା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଅତିରିକ୍ତ ଏସ୍‌ପି ଉମେଶ କାଶ୍ୟପଙ୍କ କହିବାନୁସାରେ, ଏହି ହିଂସା ପୂର୍ବରୁ ୨ଗୋଷ୍ଠୀ ମଧ୍ୟରେ କଳହ ହୋଇଥିଲା, ଫଳରେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସମାଧାନ ବା ଆପୋସ ବୁଝାମଣା ବାହାନାରେ ପୀଡ଼ିତମାନଙ୍କୁ ଘଟଣାସ୍ଥଳକୁ ଡକାଯାଇ ଯୋଜନାବଦ୍ଧଭାବେ ହତ୍ୟା କରାଯାଇଥିବା ଅଭିଯୋଗ ଉପରେ ଯାଞ୍ଚ କରାଯାଉଛି। ଏଥିସହ ଘଟଣାର ସମସ୍ତ ଦିଗକୁ ଯାଞ୍ଚ କରାଯାଉଛି ଏବଂ ସାକ୍ଷୀଙ୍କ ବୟାନ ଏବଂ ଫୋରେନ୍ସିକ ପ୍ରମାଣ ଆଧାରରେ ଘଟଣାର ତଦନ୍ତ କରାଯାଉଛି ବୋଲି କାଶ୍ୟପ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?