ଭାଜପା ନେତା ଟଙ୍କା ବାଣ୍ଟୁଥିଲେ: ବିଜେଡି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ନିଶ୍ଚିତ ଜାଣି ଦଳୀୟ ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ସୋମବାର ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭାଜପା ନେତାମାନେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଛନ୍ତି। ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକର ବିଭିନ୍ନ ବୁଥ୍‌ରେ ଭାଜପା ପକ୍ଷରୁ ଏଭଳି ଟଙ୍କା ବଣ୍ଟାଯାଇ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଅପଚେଷ୍ଟା କରାଯାଇଛି। ଏନେଇ ବିଜେଡି ପକ୍ଷରୁ ୬ଟି ପିଟିଶନ୍‌ ମାଧ୍ୟମରେ ଭୁବନେଶ୍ୱରସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ), ପଦ୍ମପୁରସ୍ଥିତ ନିର୍ବାଚନ ଅଧିକାରୀ ଏବଂ ପର୍ଯ୍ୟବେକ୍ଷକଙ୍କୁ ଅବଗତ କରାଯିବା ସହ ପ୍ରମାଣ ସ୍ବରୂପ ଭିଡିଓ କ୍ଲିପ୍‌ ଓ ଫଟୋ ଦାଖଲ କରାଯାଇଛି। ଟଙ୍କା ବାଣ୍ଟୁଥିବା ବେଳେ ଧରାପଡ଼ିଥିବା ଭାଜପା ନେତାମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ବିଜେଡି ପକ୍ଷରୁ ଦାବି କରାଯାଇଛି।
ବିଜେଡି ପକ୍ଷରୁ କରାଯାଇଥିବା ଅଭିଯୋଗ ଅନୁଯାୟୀ, କଳାହାଣ୍ଡି ଜିଲା ଭାଜପା ସାଧାରଣ ସମ୍ପାଦକ ତଥା କୃଷକ ମୋର୍ଚ୍ଚା ନେତା ସୁଧୀର ପାଟ୍ଟଯୋଶୀ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବା ଲାଗି ପାଇକମାଳ ବ୍ଲକ୍‌ କେଛୋଦାଦର ପଞ୍ଚାୟତ ଛେଲିଆମାଲ ଗାଁରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ବେଳେ ଧରା ପଡ଼ିଥିଲେ। ଅନ୍ୟପକ୍ଷରେ ପଦ୍ମପୁର ଏନ୍‌ଏସି ୧୨ ନମ୍ବର ୱାର୍ଡ଼ରେ ମତଦାନ ଚାଲିଥିବା ବେଳେ ଭାଜପା କାଉନ୍‌ସିଲର ଚିନ୍ମୟ ପଣ୍ଡା ଧାଡ଼ିରେ ଥିବା କିଛି ମହିଳା ଭୋଟରଙ୍କୁ ଟଙ୍କା ଦେଉଥିବା ଖବର ମିଳିଥିଲା। ଏ ବିଷୟ ଜାଣିବା ପରେ ସମ୍ପୃକ୍ତା ମହିଳାଙ୍କ ସମ୍ପର୍କୀୟମାନେ ସେଠାରେ ପହଞ୍ଚତ୍ କାଉନ୍‌ସିଲର ପଣ୍ଡାଙ୍କୁ ପଚରାଉଚରା କରିବାରୁ ସେ ଅପ୍ରସ୍ତୁତ ହୋଇ ପଡ଼ିଥିଲେ। ଏହାକୁ ନେଇ ସେଠାରେ ଚାପା ଉତ୍ତେଜନା ଦେଖାଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପଣ୍ଡାଙ୍କୁ ଗାଡ଼ିରେ ବସାଇ ନେଇଯାଇଥିଲା। ଏ ବିଷୟରେ ମଧ୍ୟ ବିଜେଡି ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସହ ପଣ୍ଡାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଅନ୍ୟପକ୍ଷରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଅନୁଯାୟୀ ୩ ତାରିଖ ଅପରାହ୍ଣ ୪ଟାରୁ ନିର୍ବାଚନମଣ୍ଡଳୀ ବାହାର ନେତାମାନଙ୍କୁ ପଦ୍ମପୁର ଛାଡ଼ିବା ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଥିଲେ ହେଁ ମତଦାନ ଚାଲିଥିବା ବେଳେ ବଲାଙ୍ଗୀର ଜିଲା ଭାଜପା ସଭାପତି ଶିବାଜୀ ମହାନ୍ତି ପାଟଣାଗଡ଼ ଓ କଣ୍ଟାବାଞ୍ଜିର କେତେକ ଦଳୀୟ ନେତାଙ୍କୁ ନେଇ ପଦ୍ମପୁର ବ୍ଲକ ଦହିତା, ବୁଡେନ ଓ ଦହିଗାଁ ପଞ୍ଚାୟତରେ ଭାଜପା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ବିଜେଡି ପକ୍ଷରୁ ପଦ୍ମପୁର ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକଙ୍କ ନିକଟରେ ଏହାର ପ୍ରମାଣ ଦାଖଲ କରାଯିବା ସହ ଟଙ୍କା ବଣ୍ଟନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri