ଭାଜପା ନେତା ଟଙ୍କା ବାଣ୍ଟୁଥିଲେ: ବିଜେଡି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ନିଶ୍ଚିତ ଜାଣି ଦଳୀୟ ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ସୋମବାର ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭାଜପା ନେତାମାନେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଛନ୍ତି। ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକର ବିଭିନ୍ନ ବୁଥ୍‌ରେ ଭାଜପା ପକ୍ଷରୁ ଏଭଳି ଟଙ୍କା ବଣ୍ଟାଯାଇ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଅପଚେଷ୍ଟା କରାଯାଇଛି। ଏନେଇ ବିଜେଡି ପକ୍ଷରୁ ୬ଟି ପିଟିଶନ୍‌ ମାଧ୍ୟମରେ ଭୁବନେଶ୍ୱରସ୍ଥିତ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ), ପଦ୍ମପୁରସ୍ଥିତ ନିର୍ବାଚନ ଅଧିକାରୀ ଏବଂ ପର୍ଯ୍ୟବେକ୍ଷକଙ୍କୁ ଅବଗତ କରାଯିବା ସହ ପ୍ରମାଣ ସ୍ବରୂପ ଭିଡିଓ କ୍ଲିପ୍‌ ଓ ଫଟୋ ଦାଖଲ କରାଯାଇଛି। ଟଙ୍କା ବାଣ୍ଟୁଥିବା ବେଳେ ଧରାପଡ଼ିଥିବା ଭାଜପା ନେତାମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ବିଜେଡି ପକ୍ଷରୁ ଦାବି କରାଯାଇଛି।
ବିଜେଡି ପକ୍ଷରୁ କରାଯାଇଥିବା ଅଭିଯୋଗ ଅନୁଯାୟୀ, କଳାହାଣ୍ଡି ଜିଲା ଭାଜପା ସାଧାରଣ ସମ୍ପାଦକ ତଥା କୃଷକ ମୋର୍ଚ୍ଚା ନେତା ସୁଧୀର ପାଟ୍ଟଯୋଶୀ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବା ଲାଗି ପାଇକମାଳ ବ୍ଲକ୍‌ କେଛୋଦାଦର ପଞ୍ଚାୟତ ଛେଲିଆମାଲ ଗାଁରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ବେଳେ ଧରା ପଡ଼ିଥିଲେ। ଅନ୍ୟପକ୍ଷରେ ପଦ୍ମପୁର ଏନ୍‌ଏସି ୧୨ ନମ୍ବର ୱାର୍ଡ଼ରେ ମତଦାନ ଚାଲିଥିବା ବେଳେ ଭାଜପା କାଉନ୍‌ସିଲର ଚିନ୍ମୟ ପଣ୍ଡା ଧାଡ଼ିରେ ଥିବା କିଛି ମହିଳା ଭୋଟରଙ୍କୁ ଟଙ୍କା ଦେଉଥିବା ଖବର ମିଳିଥିଲା। ଏ ବିଷୟ ଜାଣିବା ପରେ ସମ୍ପୃକ୍ତା ମହିଳାଙ୍କ ସମ୍ପର୍କୀୟମାନେ ସେଠାରେ ପହଞ୍ଚତ୍ କାଉନ୍‌ସିଲର ପଣ୍ଡାଙ୍କୁ ପଚରାଉଚରା କରିବାରୁ ସେ ଅପ୍ରସ୍ତୁତ ହୋଇ ପଡ଼ିଥିଲେ। ଏହାକୁ ନେଇ ସେଠାରେ ଚାପା ଉତ୍ତେଜନା ଦେଖାଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପଣ୍ଡାଙ୍କୁ ଗାଡ଼ିରେ ବସାଇ ନେଇଯାଇଥିଲା। ଏ ବିଷୟରେ ମଧ୍ୟ ବିଜେଡି ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସହ ପଣ୍ଡାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଅନ୍ୟପକ୍ଷରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଅନୁଯାୟୀ ୩ ତାରିଖ ଅପରାହ୍ଣ ୪ଟାରୁ ନିର୍ବାଚନମଣ୍ଡଳୀ ବାହାର ନେତାମାନଙ୍କୁ ପଦ୍ମପୁର ଛାଡ଼ିବା ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଥିଲେ ହେଁ ମତଦାନ ଚାଲିଥିବା ବେଳେ ବଲାଙ୍ଗୀର ଜିଲା ଭାଜପା ସଭାପତି ଶିବାଜୀ ମହାନ୍ତି ପାଟଣାଗଡ଼ ଓ କଣ୍ଟାବାଞ୍ଜିର କେତେକ ଦଳୀୟ ନେତାଙ୍କୁ ନେଇ ପଦ୍ମପୁର ବ୍ଲକ ଦହିତା, ବୁଡେନ ଓ ଦହିଗାଁ ପଞ୍ଚାୟତରେ ଭାଜପା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ବିଜେଡି ପକ୍ଷରୁ ପଦ୍ମପୁର ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକଙ୍କ ନିକଟରେ ଏହାର ପ୍ରମାଣ ଦାଖଲ କରାଯିବା ସହ ଟଙ୍କା ବଣ୍ଟନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri