ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏପରି ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରି ମଙ୍ଗଳବାର ଅପରାହ୍ନରେ କୋର୍ଟଚାଲାଣ କରିଛି। ସେମାନେ ହେଲେ ଚାନ୍ଦିପୁଟ ଗାଁ ଖ୍ରୀଷ୍ଟିଆନ ସାହିର ପ୍ରମୋଦ ପରିଚ୍ଛା (୪୫), ସୁଜନ ମାଳି (୩୪), ତପନ ମାଳି (୨୬), ଅଭନ ପାଇକ (୩୮), ଜୁଏଲ ଲିମା (୩୪), ରାଜନ ପାଇକ (୨୭), ଇସ୍ରାଏଲ ନାୟକ (୩୨) ଓ ନୀଳମାଧବ ନାୟକ (୨୭)। ନଂ. ୧୯/୨୬ରେ ମାମଲା ରୁଜୁ ହୋଇଛି। ଏସ୍‌ଆଇ ବି.ନୀଳମାଧବ ରେଡ୍ଡୀ ଏହାର ତଦନ୍ତ କରୁଛନ୍ତି। ତେବେ କେଉଁ କାରଣରୁ ଏପରି ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ରାଜନୈତିକ ଶତ୍ରୁତା ନା ଆଉ କିଛି କାରଣ ରହିଛି ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ମୋହନା ଥାନା ଅଧିକାରୀ ବସନ୍ତ ସେଠୀ କହିଛନ୍ତି । ଅନ୍ୟପକ୍ଷରେ ଏହି ଘଟଣା ପରେ ମଙ୍ଗଳବାର ଗଜପତି ଏସ୍‌ପି ଯତୀନ୍ଦ୍ର କୁମାର ପଣ୍ଡା ଗାଁରେ ପହଞ୍ଚତ୍ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଗ୍ରାମବାସୀଙ୍କୁ ଅନୁରୋଧ କରିଛନ୍ତି। ଗାଁରେ ଶାନ୍ତି ଫେରିବ ଓ ଦୋଷୀ ନିଶ୍ଚିତ ଦଣ୍ଡ ପାଇବେ ବୋଲି ଏସ୍‌ପି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?