Posted inଜାତୀୟ

ରାଲି ପୂର୍ବରୁ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା

ଭୋପାଳ, ୨୩।୬: ରବିବାର ସକାଳୁ ଜଣେ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଜଣାପଡ଼ିଛି । ଏହି ନେତା ଜଣଙ୍କ ମଧ୍ୟ ପ୍ରଦେଶର ମନ୍ତ୍ରୀ କୈଳାଶ ବିଜୟଭାର୍ଗିୟାଙ୍କ ନିକଟତର । ତାଙ୍କ ନାମ ମନୁ କଲ୍ୟାଣେ । ମନୁ ଭାଜପା ଯୁବ ମୋର୍ଚ୍ଚାର ନଗର ଉପସଭାପତି ଥିଲେ । ପ୍ରଥମିକ ତଦନ୍ତରୁ ପିୟୁସ୍‌ ଏବଂ ଅର୍ଜୁନ ନାମକ ଦୁଇଜଣ ଯୁବକ ତାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରେ ପୁରୁଣା ଶତ୍ରୁତା ରହିଥିଲା । ହତ୍ୟା ଘଟାଇ ଦୁଇ ଅପରାଧୀ ଫେରାର ହୋଇଥିବା ପୋଲିସ୍‌ କହିଛି ।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ ଚିମନବାଗ ଅଞ୍ଚଳରେ ବ୍ୟାନର ଏବଂ ପୋଷ୍ଟର ମାରୁଥିବା ଦୁଇଜଣ ଯୁବକଙ୍କୁ କଲ୍ୟାଣେ ବିରୋଧ କରିଥିଲେ । ଆଜି ଏକ ରାଲି ଥିବାରୁ କଲ୍ୟାଣେ ବ୍ୟସ୍ତ ଥିବା ବେଳେ ଯୁବକ ଦୁଇଜଣ ତାଙ୍କୁ ତାଙ୍କ ଫୋନ୍‌ ନମ଼୍ବର ମାଗିଥିଲେ । ପରେ ସେ ଫୋନ୍‌ ବାହାର କରିବା ସମୟରେ ସେମନଙ୍କ ମଧ୍ୟରୁ ଜଣେ ଯୁବକ ବନ୍ଧୁକ ବାହାର କରି ତାଙ୍କ ଛାତିକୁ ଲକ୍ଷ୍ୟ କରି ଗୁଳି ଚଳାଇଥିଲେ । ସଙ୍ଗେସଙ୍ଗେ କଲ୍ୟାଣେଙ୍କୁ ତାଙ୍କ ସାଙ୍ଗମାନେ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । କଲ୍ୟାଣେ ଦଳର ଜଣେ ଦୃଢ଼ ସଙ୍ଗଠକ ଥିଲେ । ସେ ଅଞ୍ଚଳରେ ଆୟୋଜନ ହେଉଥିବା ଦଳର ବିଭିନ୍ନ କାର୍ଯ୍ୟକ୍ରମର ଦାୟିତ଼୍ବ ନେଉଥିଲେ । ତେବେ ତାଙ୍କୁ ହତ୍ୟା ପରେ ପୋଲିସ୍‌ ଘଟଣାସ୍ଥଳକୁ ସିଲ୍‌ କରିବା ସହିତ ତାଙ୍କ ଘର ପାଖରେ ବ୍ୟାପକ ପୋଲିସ ମୁତୟନ କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri