Posted inଜାତୀୟ

ଖବରଦାତାଙ୍କ ହତ୍ୟା ଘଟଣାକୁ ନେଇ ନୀତୀଶଙ୍କୁ ଟାର୍ଗେଟ କଲେ ସୁଶୀଲ ମୋଦି

ପାଟନା,୧୯।୮: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭା ସଦସ୍ୟ ସୁଶୀଲ କୁମାର ମୋଦି ସାମରିଆପୁରର ଅରରିଆରେ ଖବରଦାତା ତଥା ଇନ୍ସପେକ୍ଟରଙ୍କ ହତ୍ୟା ଘଟଣାକୁ ଦୃଢ ନିନ୍ଦା କରିବା ସହ ଶୁକ୍ରବାର କହିଛନ୍ତି ସରକାର ଅପରାଧୀଙ୍କ ନିକଟରେ ସରକାର ଆତ୍ମସମର୍ପଣ କରିଛନ୍ତି। କ୍ଷମତାରେ ରହିବାକୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅପରାଧ, ଦୁର୍ନୀତି ଏବଂ ସାମ୍ପ୍ରଦାୟିକତା (କ୍ରାଇମ, କରପଶନ ଓ କମ୍ୟୁନାଲିଜମ) ବା ‘ଟ୍ରିପଲ ସି’ ସହିତ ଆପୋଷ ବୁଝାମଣା କରିଛନ୍ତି। ସେ ଅପରାଧ ବନ୍ଦ କରିବାର ଇଚ୍ଛେ ଶକ୍ତିକୁ ହରାଇ ସାରିଛନ୍ତି। ଅପରାଧୀଙ୍କ ଜାତି ଏବଂ ଧର୍ମ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ସରକାର ରାଜ ଧର୍ମକୁ ଅନୁସରଣ କରିପାରିବେ ନାହିଁ।
ସୁଶୀଲ ମୋଦି ଆହୁରି ମଧ୍ୟ କହିଛନ୍ତି ଯେ ଯଦି ନୀତୀଶ କୁମାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପ୍ରଶଂସା କରିବାକୁ ଛଳନା କରୁ ନାହାଁନ୍ତି, ତେବେ ସେ ରାଜନୀତିକୁ ଦୂରେଇ ରଖି ବିହାରରେ ଆଇନ ଶୃଙ୍ଖଳା ପ୍ରତିଷ୍ଠା କରିବା ପାଇଁ ରାଜ ଧର୍ମକୁ ଅନୁସରଣ କରିବା ଉଚିତ। ଯେତେବେଳେ ନୀତୀଶ କୁମାର ଲାଲୁ ପ୍ରସାଦଙ୍କ ସହ ହାତ ମିଳାଇଲେ, ସେତେବେଳେ ରାଜ୍ୟରେ ଅପରାଧୀଙ୍କ ସଂଖ୍ୟା ବଢିଯାଇଥିଲା। ଆରଜେଡି ସହିତ ଦ୍ୱିତୀୟ ସିଫ୍ଟରେ ନୀତୀଶ ସରକାର ବାଲୁ-ମଦ ମାଫିଆ ଏବଂ ଗୋରୁ ଚୋରା ଚାଲାଣକାରୀଙ୍କ ଚାପରେ ସମ୍ପୂର୍ଣ୍ଣ ଭାବେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri