Posted inଜାତୀୟ

ବଗ୍‌ଗାଙ୍କୁ ମିଳିଲା ଆଶ୍ୱସ୍ତି

ଚଣ୍ଡିଗଡ,୧୦।୫: ଭାଜପା ଯୁବ ନେତା ତେଜିନ୍ଦର ପାଲ୍‌ ସିଂ ବଗ୍‌ଗାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଗିରଫ ୱାରେଣ୍ଟ ମାମଲାରେ ପଞ୍ଜାବ-ହରିୟାଣା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି ତାଙ୍କ ଗିରଫଦାରୀକୁ ଜୁଲାଇ ୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଦିଲ୍ଲୀର ଭାଜପା ନେତା ତେଜିନ୍ଦର ଦିନେ ପୂର୍ବରୁ ମୋହାଲି କୋର୍ଟ ଦେଇଥିବା ଗିରଫ ୱାରେଣ୍ଟରେ ରୋକ ଲଗାଇବାକୁ ହାଇକୋର୍ଟରେ ଆବେଦନ କରିଥିଲେ। ଏହାପୂର୍ବରୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଗତ ଶନିବାର ତେଜିନ୍ଦରଙ୍କ ବିରୋଧରେ କୌଣସି ବାଧ୍ୟତାମୂଳକ ପଦକ୍ଷେପ ଗ୍ରହଣ ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଭାରତୀୟ ଦଣ୍ଡବିଧି ଆଇନର ଧାରା ୧୫୩-ଏ, ୫୦୫ ଏବଂ ୫୦୬ ଅନୁଯାୟୀ ବଗ୍‌ଗାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ବଗ୍‌ଗାଙ୍କୁ ଶୁକ୍ରବାର ତାଙ୍କ ଦିଲ୍ଲୀ ବାସଭବନରୁ ପଞ୍ଜାବ ପୋଲିସ ଗିରଫ କରିଥିଲା। ତେବେ ବଗ୍‌ଗାକୁ ପଞ୍ଜାବକୁ ନେଉଥିବା ପୋଲିସ କର୍ମଚାରୀଙ୍କୁ ହରିୟାଣାରେ ଅଟକାଇ ଦିଆଯିବା ପରେ ଦିଲ୍ଲୀ ପୋଲିସ ସେମାନଙ୍କୁ ଦିଲ୍ଲୀକୁ ଫେରାଇ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri