କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା

ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର ଗୋବର ମାଡ଼ ହୋଇଥିବା ଦେଖିବାକୁ ମିଳିଥିଲା। ରବିବାର ଭାଜପାର ବରିଷ୍ଠ ନେତା ଗୋବିନ୍ଦ ଜୈନଙ୍କ ଉପସ୍ଥିତିରେ ବିଧାୟକଙ୍କ ପ୍ରତିନିଧି ତଥା ଚନ୍ଦାହାଣ୍ଡି ମଣ୍ଡଳ ସଭାପତି ପ୍ରତାପ ଚନ୍ଦ୍ର ବାଘ, ସମିତିସଭ୍ୟ ପୌରଷ ମାଝୀ, ମାଲଗାଁ ମଣ୍ଡଳ ଉପସଭାପତି ଶ୍ୟାମ ମାଝୀ ପ୍ରମୁଖ ହୋର୍ଡିଂକୁ ପାଣିରେ ସଫା କରିବା ପରେ କ୍ଷୀରରେ ଧୋଇଥିଲେ।

ପ୍ରକାଶଥାଉ କି, ରାଜ୍ୟରେ ବିଜେଡି ସରକାର ହଟି ଭାଜପା ସରକାର ଗଠନ ହେବା ପରେ ରାଜ୍ୟର ସମସ୍ତ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହୋର୍ଡିଂ ବାହାରକରି ଉକ୍ତ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହୋର୍ଡିଂ ଲଗାଯାଉଛି। ଏହି କ୍ରମରେ ଚନ୍ଦାହାଣ୍ଡି ବ୍ଲକର ସମସ୍ତ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ନୂତନ ହୋର୍ଡିଂ ଲଗାଯାଉଛି। ଖୋଦ୍‌ ବିଜେଡି ଜିଲା ସଭାପତିଙ୍କ ଗାଁ ଦଣ୍ଡାମୁଣ୍ଡା ଛକରେ ହୋର୍ଡିଂ ଉପରେ କିଏ ଏବଂ କେଉଁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ଉପରେ ଗୋବର ମାଡ଼ କରିଛି ତାହା ଏବେ ବି ଅସ୍ପଷ୍ଟ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri