କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା

ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର ଗୋବର ମାଡ଼ ହୋଇଥିବା ଦେଖିବାକୁ ମିଳିଥିଲା। ରବିବାର ଭାଜପାର ବରିଷ୍ଠ ନେତା ଗୋବିନ୍ଦ ଜୈନଙ୍କ ଉପସ୍ଥିତିରେ ବିଧାୟକଙ୍କ ପ୍ରତିନିଧି ତଥା ଚନ୍ଦାହାଣ୍ଡି ମଣ୍ଡଳ ସଭାପତି ପ୍ରତାପ ଚନ୍ଦ୍ର ବାଘ, ସମିତିସଭ୍ୟ ପୌରଷ ମାଝୀ, ମାଲଗାଁ ମଣ୍ଡଳ ଉପସଭାପତି ଶ୍ୟାମ ମାଝୀ ପ୍ରମୁଖ ହୋର୍ଡିଂକୁ ପାଣିରେ ସଫା କରିବା ପରେ କ୍ଷୀରରେ ଧୋଇଥିଲେ।

ପ୍ରକାଶଥାଉ କି, ରାଜ୍ୟରେ ବିଜେଡି ସରକାର ହଟି ଭାଜପା ସରକାର ଗଠନ ହେବା ପରେ ରାଜ୍ୟର ସମସ୍ତ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହୋର୍ଡିଂ ବାହାରକରି ଉକ୍ତ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହୋର୍ଡିଂ ଲଗାଯାଉଛି। ଏହି କ୍ରମରେ ଚନ୍ଦାହାଣ୍ଡି ବ୍ଲକର ସମସ୍ତ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ନୂତନ ହୋର୍ଡିଂ ଲଗାଯାଉଛି। ଖୋଦ୍‌ ବିଜେଡି ଜିଲା ସଭାପତିଙ୍କ ଗାଁ ଦଣ୍ଡାମୁଣ୍ଡା ଛକରେ ହୋର୍ଡିଂ ଉପରେ କିଏ ଏବଂ କେଉଁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ଉପରେ ଗୋବର ମାଡ଼ କରିଛି ତାହା ଏବେ ବି ଅସ୍ପଷ୍ଟ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri