ବରକନ୍ୟାଙ୍କୁ ଆଶୀର୍ବାଦ କରିବାକୁ ଷ୍ଟେଜ୍‌ ଉପରକୁ ଚଢିଲେ ଭାଜପା ନେତା, ଓଜନ ସହି ନ ପାରି ଭାଙ୍ଗିଗଲା ଷ୍ଟେଜ୍‌, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୨୮।୧୧: ଉତ୍ତର ପ୍ରଦେଶର ବାଲିଆରେ ଏକ ବିବାହ ଭୋଜିରେ ଏଭଳି ଏକ ଘଟଣା ଘଟିଥିଲା ଯାହା ଏବେ ଭାଇରାଲ ହେଉଛି। ସୂଚନାନୁସାରେ, ବରିଷ୍ଠ ଭାଜପା ନେତାମାନେ ବିବାହରେ ଯୋଗ ଦେଇଥିଲେ। ଆଉ ସମସ୍ତେ ଏକାସାଙ୍ଗରେ ବର କନ୍ୟାଙ୍କ ସହ ଫଟୋ ଉଠାଇବାକୁ ଠିଆ ହୋଇଥିଲେ, ହେଲେ ସେତିକି ବେଳେ ଷ୍ଟେଜ୍‌ଟି ଭାଙ୍ଗିଯାଇଥିଲା। ବର କନ୍ୟାଙ୍କ ସହ ନେତାମାନେ ମଧ୍ୟ ତଳେ ପଡ଼ିଯାଇଥିଲେ। ଏହି ଘଟଣା କ୍ୟାମେରାରେ କଏଦ ହୋଇଥଇଲା। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଭାଜପା ଜିଲା ସଭାପତି ସଞ୍ଜୟ ମିଶ୍ର, ପୂର୍ବତନ ସାଂସଦ ଭାରତ ସିଂହ, ବଂଶଡିହ ବିଧାୟକ କେତକୀ ସିଂହଙ୍କ ପ୍ରତିନିଧି ବିଶ୍ରାମ ସିଂହ, ପୂର୍ବତନ ଜିଲା ସାଧାରଣ ସମ୍ପାଦକ ସୁରଜିତ ସିଂହ ଏବଂ ଅନ୍ୟ ଅନେକ ନେତା ଦମ୍ପତିଙ୍କୁ ସ୍ବାଗତ କରିବାକୁ ଉପରକୁ ଚଢ଼ିଥିଲେ। ସମସ୍ତେ ଦମ୍ପତିଙ୍କ ଚାରିପାଖରେ ଏକତ୍ରିତ ହେବା ପରେ ଷ୍ଟେଜ୍‌ଟି ଓଜନ ସହି ନପାରି ଭାଙ୍ଗିଯାଇଥିଲା। ଭାଗ୍ୟବଶତଃ କେହି ଗୁରୁତର ଆହତ ହୋଇନାହାନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri