Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ ପାଇଁ ନଡ୍ଡାଙ୍କ ଘରେ ଚାଲିଲା ମନ୍ଥନ: ଖୁବ୍‌ଶୀଘ୍ର ହୋଇପାରେ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ନିର୍ବାଚନ ସମ୍ପର୍କରେ ବିରୋଧୀଙ୍କ ବୈଠକ ପରେ ଏବେ ଭାଜପା ମଧ୍ୟ ପ୍ରାର୍ଥୀ ନେଇ ବୈଠକ ଆରମ୍ଭ କରିଦେଇଛି। ରାଷ୍ଟ୍ରପତି ନିର୍ବାଚନ ଚର୍ଚ୍ଚା ଭିତରେ ରବିବାର ଭାଜପା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଘରେ ଏହି ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ଗଜେନ୍ଦ୍ର ଶେଖାୱତ, ଅଶ୍ୱିନୀ ବୈଷ୍ଣବ, ଓମ ପାଠକ, ବିନୋଦ ତାୱଡେ, ସମ୍ବିଟ ପାତ୍ର, ଅର୍ଜୁନ ରାମ ମେଘୱାଲ, ଜି କିଶନ ରେଡ୍ଡୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ବୈଠକ ପ୍ରାୟ ଏକ ଘଣ୍ଟା ଧରି ଚାଲିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ ରାଷ୍ଟ୍ରପତି ନିର୍ବାଚନ ନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ଏବଂ ଖୁବ ଶୀଘ୍ର ଏକ ବଡ଼ ଘୋଷଣା କରାଯାଇପାରେ। ସମସ୍ତ ରାଜନୈତିକ ଦଳ ସହ ଆଲୋଚନା କରିବାର ଦାୟିତ୍ୱ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଦାୟିତ୍ୱ ଦିଆଯାଇଛି।
ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଜୁଲାଇ ୧୮ରେ ଧାର୍ଯ୍ୟ ହୋଇଥିବାବେଳେ ଭୋଟ ଗଣନା ତାରିଖ ଜୁଲାଇ ୨୧ ରହିଛି। ବର୍ତ୍ତମାନର ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri