ବହିଷ୍କୃତ ବିଜେଡି ନେତାଙ୍କ ଘରେ ପହଞ୍ଚିଲେ ଭାଜପା ନେତା

ସମ୍ବଲପୁର,୮।୧(ଭବାନୀ ଶଙ୍କର ଭୋଇ): ବିଜେଡିରୁ ବହିସ୍କୃତ ହୋଇଥିବା ଡ.ପ୍ରମୋଦ ରଥଙ୍କ ଘରେ କେତେଜଣ ଭାଜପା ନେତା ପହଞ୍ଚି ଆଲୋଚନା କରୁଥିବା ଦେଖିବାକୁ ମିଳିଛି। ବିଶ୍ୱହିନ୍ଦୁ ପରିଷଦର ଓଡ଼ିଶା ପଶ୍ଚିମପ୍ରାନ୍ତ ସଭାପତି ଡ. ରାଜକୁମାର ବଡପଣ୍ଡାଙ୍କ ନେତୃତ୍ୱରେ ଡ. ପୁରୁଷୋତ୍ତମ ଅଗ୍ରୱାଲ ଏବଂ ବରିଷ୍ଠ ଭାଜପା ନେତା ଦାମୋଦର କର ପ୍ରମୁଖ ପ୍ରମୋଦଙ୍କ ଘରେ ପହଞ୍ଚି ଅଯୋଧ୍ୟା ରାମମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ସହ ଅକ୍ଷତ ଚାଉଳ ଦେଇଥିଲେ। ତେବେ ଏହି ବାହାନାରେ ସମ୍ବଲପୁରର ରାଜନୈତିକ ସ୍ଥିତି ଉପରେ ମଧ୍ୟ ବେଶ କିଛି ସମୟ ଆଲୋଚନା ହୋଇଥିବା ଜଣାପଡିଛି।

ଡ. ପ୍ରମୋଦ ରଥ ହାଇକୋର୍ଟ ବେଞ୍ଚ ବାବଦରେ ଖବରଦାତା ସମ୍ମିଳନୀ କରୁଥିବା ସମୟରେ ତାଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଥିଲା। ଏହାପରେ ରେଢାଖୋଲ, ସମ୍ବଲପୁର ଏବଂ କୁଚିଣ୍ଡା ଅଞ୍ଚଳର ବହୁ ବିଜେଡି କର୍ମକର୍ତ୍ତା ତାଙ୍କ ପାଖକୁ ଆସି ଭବିଷ୍ୟତ ପଦକ୍ଷେପ ଉପରେ ଆଲୋଚନା କରୁଥିବା ବେଳେ ହଠାତ ଭାଜପା ନେତା ତାଙ୍କ ଘରକୁ ପହଞ୍ଚିବା ରାଜନୈତିକ ମହଲରେ ଚର୍ଚ୍ଚାକୁ ଖୋରାକ ଯୋଗାଇଛି।

ତେବେ ଏ ସମ୍ପର୍କରେ ଡ. ପ୍ରମୋଦ ରଥଙ୍କୁ ପଚାରିବାକୁ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ଏବଂ ସମସ୍ତଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ଆଗରୁ ରହିଛି। ତେଣୁ ଏଥିସହ ରାଜନୈତିକ ସମ୍ପର୍କ ନାହିଁ ବୋଲି କହିଛନ୍ତି। ତେବେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ସହ ସାରା ଦେଶର ଆସ୍ଥା ଏବଂ ବିଶ୍ୱାସ ଜଡିତ ରହିଥିବାରୁ ମୋତେ ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ନିମନ୍ତ୍ରଣ ମିଳିବା ନେଇ ସମସ୍ତଙ୍କୁ ଧନ୍ୟବାଦ ଦେଇଛି। ପ୍ରମୋଦଙ୍କ ବହିଷ୍କାର ଘଟଣା ପରେ ସମ୍ବଲପୁରରେ ରାଜନୈତିକ ଚର୍ଚ୍ଚା ଜୋର ଧରିଥିବା ବେଳେ ଡ. ପ୍ରମୋଦ ରଥ ଭାଜପାରେ ଯୋଗ ଦେବେକି ବୋଲି ସାକ୍ଷାତ ପରେ ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri