ଭାଜପା ନେତାଙ୍କ ଅକାଳ ବିୟୋଗ: ଗାଧୁଆ ଘରେ ପଡ଼ିଯିବାରୁ…

ନୂଆପଡ଼ା,୨୦ା୫ (ମକାରୁ ବେମାଲ):ଭାଜପାର ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ଧରମବନ୍ଧା ପଞ୍ଚାୟତର ପୂର୍ବତନ ସରପଞ୍ଚ ଓମ୍‌ ପ୍ରକାଶ କଲାରଙ୍କ ମଙ୍ଗଳବାର ଅକାଳ ବିୟୋଗ ଘଟିଛି। ତାଙ୍କୁ ୫୨ବର୍ଷ ହୋଇଥିଲା। ସୋମବାର ସକାଳେ ଗାଧୁଆ ଘରେ ପଡ଼ିଯିବାରୁ ତାଙ୍କ ମସ୍ତିଷ୍କରେ ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ବୁର୍ଲା ଓ ପରେ ରାୟପୁରର ଏକ ଘରୋଇ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ଫେରିବା ରାସ୍ତାରେ ଜିଲା ଭାଜପା କାର୍ଯ୍ୟାଳୟରେ କିଛି ସମୟ ରଖାଯାଇଥିଲା। ଏହି ସମୟରେ ଦଳୀୟ କାର୍ଯ୍ୟକର୍ତ୍ତା ଶେଷଦର୍ଶନ ସହିତ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବରିଷ୍ଠ ନେତୃମଣ୍ଡଳୀ ଭାଜପା ଝଣ୍ଡା ଅର୍ପଣ କରି ଶେଷ ସମ୍ମାନ ଜଣାଇଥିଲେ। ଦିବଙ୍ଗତ ଆତ୍ମାର ସଦ୍‌ଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ସେଠାରୁ ତାଙ୍କ ମରଶରୀର ବାସସ୍ଥାନ ଧରମବନ୍ଧା ଗାଁ ଅଭିମୁଖେ ନିଆଯାଇଥିଲା। ଗାଁରେ ମର ଶରୀର ପହଞ୍ଚତ୍ବା ପରିବାର, ଆତ୍ମୀୟ ସ୍ବଜନ ଶେଷ ଦର୍ଶନ କରିଥିଲେ। ଯୋଙ୍କ ନଦୀ କୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।
ଓମ୍‌ ପ୍ରକାଶ ଭାଜପାର ନୂଆପଡା ବ୍ଲକ ଅଧ୍ୟକ୍ଷ, କିଷାନ ମୋର୍ଚ୍ଚା ଜିଲା ସଭାପତି, ଭାଜପା ଜିଲା ସମ୍ପାଦକ ଭଳି ଦାୟିତ୍ୱ ନିର୍ବାହ କରିଥିଲେ। ଧରମବନ୍ଧା ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇ ସେ ଅନେକ ବିକାଶମୂଳକ କାମ କରିଛନ୍ତି। ପାର୍ଟି କାର୍ଯ୍ୟାଳୟ ଓ ଅନ୍ତ୍ୟେଷ୍ଟି କ୍ରିୟାରେ ହୋମ ସିଂହ ମାଝୀ, ଯଦୁମଣି ପାଣିଗ୍ରାହୀ, ପ୍ରସନ୍ନ ପାଢ଼ୀ, ମନିଜର ଆର୍ଯ୍ୟ, ଭୈରବ ସାହୁଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି…

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri