Posted inଜାତୀୟ

ଆଡଭାଣୀଙ୍କୁ ଅପମାନିତ କରିବାରେ ଭାଜପା କୌଣସି ପ୍ରୟାସ ଛାଡ଼ି ନାହିଁ: କମଲନାଥ…

ଭୋପାଳ,୩୦।୭ : ମଧ୍ୟପ୍ରଦେଶ କଂଗ୍ରେସ ୟୁନିଟ ସଭାପତି କମଲ ନାଥ ଅଭିଯୋଗ କରିଛନ୍ତି ଦଳର ବରିଷ୍ଠ ନେତା ଏଲ.କେ ଆଡଭାଣୀଙ୍କୁ ଅପମାନିତ କରିବାରେ ଭାଜପା କୌଣସି ପ୍ରୟାସ ଛାଡିନାହିଁ। ବାସ୍ତବରେ ରାଜ୍ୟରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ କମଲନାଥ ଏବଂ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ଏମପି ଜ୍ୟୋତିରାଦିତ୍ୟ ସିନ୍ଧିଆ ଭୋପାଳ ଏବଂ ଗ୍ବାଲିଅରରେ ସିନ୍ଧି ସମ୍ପ୍ରଦାୟର ପୃଥକ ପୃଥକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ।

ଏହି ସମୟ ରେ ଜ୍ୟୋତିରାଦିତ୍ୟ ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଆଡଭାଣୀଙ୍କୁ ଦଳର ଶ୍ରେଷ୍ଠ ନେତା ବୋଲି କହିଥିଲେ। ଏଥି ସହିତ କମଲନାଥ ସିନ୍ଧ ସମାଜର ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ କହଥିଲେ ୨୦୦୮ରେ ଏକ ବିବାହ ସମାରୋହରେ ସିନ୍ଧ ଲୋକମାନେ ମୋତେ କହିଥିଲେ ଆଡଭାନୀଙ୍କ କାରଣରୁ ସେମାନେ ଭାଜପାକୁ ଭୋଟ ଦେବେ। ଆଡଭାନୀ ଜୀ ବର୍ତ୍ତମାନ କେଉଁଠାରେ ଅଛନ୍ତି? ତାଙ୍କୁ ଅପମାନିତ କରିବା ପାଇଁ ଭାଜପା କୌଣସି ପ୍ରୟାସ ଛାଡିନାହିଁ। କମଲନାଥ ଅଭିଯୋଗ କରିଛନ୍ତି ଭାଜପା ସିନ୍ଧ ସମ୍ପ୍ରଦାୟ ପ୍ରତି ବିଶ୍ୱାସଘାତକତା କରିଛି । ତେଶୁ ସେମାନଙ୍କ ଭବିଷ୍ୟତକୁ ସୁରକ୍ଷା ଦେବା ପାଇଁ କଂଗ୍ରେସକୁ ଭୋଟ ଦେବାକୁ ସିନ୍ଧ ସମ୍ପ୍ରଦାୟକୁ କମଲନାଥ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri