ଭାଜପା ଛାଡିଥିଲେ ୧୫, ଫେରିଲେ ୫ ଜିଲାପରିଷଦ

ବାରିପଦା ଅଫିସ,୩୦ା୮: ନିକଟରେ ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ମୟୂରଭଞ୍ଜ ଜିଲାର ୧୫ ଜିଲାପରିଷଦ ସଦସ୍ୟ। ସେମାନଙ୍କ ମଧ୍ୟରୁ ରବିବାର ୫ଜଣ ଦଳକୁ ଫେରିଛନ୍ତି। ଜିଲାପରିଷଦଙ୍କ ଘରବାହୁଡ଼ାକୁ ନେଇ ଜିଲାରେ ରାଜନୀତି ସରଗରମ ହୋଇଛି। ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁର ସ୍ଥିତ ବାସଭବନରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି।

ସମ୍ମିଳନୀରେ ଭାଜପା ଜିଲା (ପଶ୍ଚିମ)ସଙ୍ଗଠନର ସଭାପତି ତଥା ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ, ଯଶିପୁର ବିଧାୟକ ଗଣେଶରାମ ସିଂ ଖୁଣ୍ଟିିଆ, ରାଜ୍ୟ ସମ୍ପାଦକ ନବୀନ ରାମ, ଜିଲାପରିଷଦ ଉପାଧ୍ୟକ୍ଷ ନରେନ୍ଦ୍ର ସାହୁ, କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୀବ ମହାନ୍ତିଙ୍କ ସହ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ ା ଦଳକୁ ଫେରିଥିବା ସଦସ୍ୟମାନେ ହେଲେ ୪୨ନଂ. ସଦସ୍ୟା ଗାନ୍ଧାରୀ ନାୟକ, ୪୪ନଂ.ର ପରମେଶ୍ୱର ନାୟକ ଓ ୩୩ନଂ.ର ନାନିକା ନାଏକ। ସେହିପରି ଜିଲା(ପୂର୍ବ) ସଙ୍ଗଠନର ୨୪ନଂ. ସଦସ୍ୟା ମଧୁସ୍ମିତା ପରିଡ଼ା ଓ ୨୪ନଂ. ସଦସ୍ୟା ଅସିନ୍ତାମଣି ସିଂ ଦଳକୁ ଫେରିଥିବା ନେଇ ଜିଲା ସଭାପତି କାନ୍ଦରା ସୋରେନ ପ୍ରକାଶ କରିଛନ୍ତି। ତେବେ ସଦସ୍ୟ ଦୀପାଞ୍ଜଳୀ ନାଏକ, ସାରିନା ହେମ୍ବ୍ରମ ଓ ସମାଜ ପୂର୍ତ୍ତିଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri