ବିଏମ୍‌ସି ଅଫିସ ଭିତରକୁ ମଶା ଧୂଆଁ ଛାଡିଲା ଭାଜପା

ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଏମ୍‌ସିକୁ ପୁଣି ଥରେ ଟାର୍ଗେଟ କରିଛି ଭାଜପା। ଏନେଇ ବୁଧବାର ବିଏମ୍‌ସି କାର୍ଯ୍ୟାଳୟ ଘେରିବା ସହ ମେୟର ଓ କମିଶନରଙ୍କ ବିରୋଧରେ ଗର୍ଜିଥିଲା। ସେହିପରି ବିଏମ୍‌ସି କାର୍ଯ୍ୟାଳୟ ଭିତରକୁ ମଶା ଧୂଆଁ ଛାଡ଼ି ଅଭିନବ ଢଙ୍ଗରେ ନିଜର ପ୍ରତିବାଦ ଜଣାଇଥିଲା। ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଭାଜପା ନେତା, କର୍ମୀ ମଶା, ମୁଖ୍ୟମନ୍ତ୍ରୀ ଏବଂ ମେୟରଙ୍କ ଛବି ଥିବା ହୋର୍ଡିଂ ସହିତ ହାତରେ ଟିଫା ମେଶିନ ଧରି ବିଏମ୍‌ସି ଅଫିସ ଘେରାଉ କରିଥିଲେ। ବାବୁ ସିଂ କହିଛନ୍ତି, ଗତ କିଛି ଦିନ ଧରି ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢିବାରେ ଲାଗିଛି। କେବଳ ଭୁବନେଶ୍ୱରରେ ୧୫ଶହରୁ ଉଦ୍ଧର୍‌ବ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦ରୁ ଉଦ୍ଧର୍‌ବ ପୀଡିତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ ସ୍ବାୟତ୍ତ ଶାସନ ବାଟବଣା ହୋଇଛି। ୨୩ ବର୍ଷ ଶାସନରେ ଥିବା ସତ୍ତ୍ୱେ ବିଜେଡି ସରକାରର ‘ପରିମଳ ପରିଚାଳନା’ ସମ୍ପୂର୍ଣ୍ଣ ଫେଲ ହୋଇଥିବାରୁ ପ୍ରତି ବର୍ଷ ଡେଙ୍ଗୁ ରୋଗ ବୃଦ୍ଧି ପାଇଚାଲିଛି। ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ କହୁଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ଡେଙ୍ଗୁ ଆକ୍ରାନ୍ତଙ୍କ ଜୀବନ କ’ଣ ମୂଲ୍ୟହୀନ ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିପରି ବିଏମ୍‌ସିର ଚରମ ଅବହେଳା କାରଣରୁ ରାସ୍ତା ଘାଟ, ନାଳ ନର୍ଦ୍ଦମାର ଦୁର୍ଦ୍ଦଶା ବଢି ଚାଲିଛି। ବର୍ଷା ପାଣି ଜମା ରହି ମଶା ବଂଶ ବୃଦ୍ଧିରେ ସହାୟକ ହେଉଛି। ବିଏମସି ସଠିକ ସମୟରେ ମଶା ନିୟନ୍ତ୍ରଣର କାମ କଲେ ନାହିଁ। ଏପରିକି ଲୋକେ ଡେଙ୍ଗୁରେ ପ୍ରାଣ ହରାଉଥିଲେ ବି ଡେଙ୍ଗୁ ମୃତ୍ୟୁକୁ ସ୍ବୀକାର ନ କରିବା ଅତ୍ୟନ୍ତ ପରିତାପର ବିଷୟ ବୋଲି ବାବୁ କହିଛନ୍ତି। ବିକ୍ଷୋଭରେ ରାଜ୍ୟ ପ୍ରବକ୍ତା ଦିଲ୍ଲୀପ ମହାନ୍ତି ଭୁବନେଶ୍ୱରରେ ଡେଙ୍ଗୁ କାୟା ବିସ୍ତାର କରୁଥିବାବେଳେ ମେୟର ଓ କମିଶନର ଏଥିପାଇଁ ପଦକ୍ଷେପ ନ ନେଇ କ୍ରିକେଟ ଖେଳିବା ରାଜଧାନୀବାସୀଙ୍କ ପ୍ରତି ଉପହାସ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଭୁବନେଶ୍ୱର ସାଂଗଠନିକ ଜିଲା ସାଧାରଣ ସମ୍ପାଦକ ହିମାଂଶୁ ଶେଖର ଛୋଟରାୟ, ଦିଲ୍ଲୀପ ବେହେରା, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସ୍ବଂୟ ସେବକ ରାୟ, ନାରୀନେତ୍ରୀ ସୁନୀତି ମୁଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri