ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ ପଣ୍ଡା ଗୁରୁବାର ସନ୍ଧ୍ୟାରେ ଦଳରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଏହାର ନକଲ ଜିଲା ସଭାପତି ଏବଂ ସମ୍ପାଦକଙ୍କ ପାଖକୁ ପଠାଇ ଦେଇଛନ୍ତି। ଭଗବାନ ଦୀର୍ଘ ଦିନ ହେଲା ଦଳରେ ଅବହେଳିତ ଅବସ୍ଥାରେ ଥିଲେ। ତେଣୁ ବାଧ୍ୟ ହୋଇ ଆଜି ଦଳରୁ ଇସ୍ତଫା ଦେଇଛି ବୋଲି ଭଗବାନ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିସହ ଦୁଇ ତିନିଦିନ ମଧ୍ୟରେ ଗଞ୍ଜାମ ଜିଲାର ୭ରୁ ଊର୍ଦ୍ଧ୍ୱ ଜଣାଶୁଣା ଭାଜପା ନେତା ଦଳ ଛାଡ଼ି ବିଜେଡ଼ିରେ ମିଶିବା କାର୍ଯ୍ୟକ୍ରମ ରହିଛି ବୋଲି ଭଗବାନ ସୂଚନା ଦେଇଛନ୍ତି । ଭଗବାନ ଦୀର୍ଘ ୩୦ ବର୍ଷ ଧରି ସୋରଡ଼ା ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ବୃଦ୍ଧିରେ କାର୍ଯ୍ୟ କରୁଥିଲେ। ତେଣୁ ଉକ୍ତ ନିର୍ବାଚନମଣ୍ଡଳୀର କେତେକ ଅଞ୍ଚଳରେ ତାଙ୍କର ଏବେବି ପ୍ରଭାବ ଅଛି। ତେଣୁ ଭଗବାନ ଦଳ ଛାଡ଼ିବା ପରେ ଭାଜପାକୁ ଶକ୍ତ ଧକ୍କା ଲାଗିଛି । ଅପରପକ୍ଷେ ଶୁକ୍ରବାର ଭଗବାନ ଭୁବନେଶ୍ୱର ଶଙ୍ଖ ଭବନ ଯାଇ ସେଠାରେ ତାଙ୍କର ଶତାଧିକ ସମର୍ଥକ ସହ ବିଜେଡ଼ିରେ ମିଶିବା କାର୍ଯ୍ୟକ୍ରମ ରହିଛି ବୋଲି ସୋରଡ଼ା ନିର୍ବାଚନମଣ୍ଡଳୀର ଜଣେ ବରିଷ୍ଠ ବିଜେଡ଼ି ନେତା ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri