Posted inUncategorized

ଏନ୍‌ଆଇଏ ତଦନ୍ତ ପାଇଁ ଅମିତ ଶାହାଙ୍କୁ ଭାଜପାର ଚିଠି

ଭୁବନେଶ୍ୱର,୨୩।୪(ବ୍ୟୁରୋ): ହନୁମାନ ଜୟନ୍ତୀ ବେଳେ ସମ୍ବଲପୁରରେ ସଂଘଠିତ ହିଂସାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ରାଜ୍ୟ ଭାଜପା ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ତଦନ୍ତ ଦାବି କରିଛି। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍‌ପି ଓ ବିଧାୟକମାନେ ଶନିବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି। ଭାଜପା ନେତାମାନେ ଅଭିଯୋଗ କରିଛନ୍ତି, ପୂର୍ବ ଯୋଜନା ଓ ସଂଗଠିତ ଭାବେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବାଇକ ରାଲି ଉପରେ ଆକ୍ରମଣ କରିଥିଲେ। ଏହି ଷଡ଼ଯନ୍ତ୍ରର ରହସ୍ୟ ଉନ୍ମୋଚନ କରିବା ପାଇଁ ଏନ୍‌ଆଇଏ ଦ୍ୱାରା ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏଥିସହିତ ଏହି ଘଟଣାରେ ହସ୍ତକ୍ଷେପ କରିବା ସହ ଆଗାମୀ ଦିନରେ ଯେପରି ହିଂସାକାଣ୍ଡ ନ ହେବ ଓ ସାମ୍ପ୍ରଦାୟିକ ସଦ୍‌ଭାବ ଫେରିଆସିବ ସେ ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଭାଜପା ନେତାମାନେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ଉକ୍ତ ଗଣ୍ଡଗୋଳ ପାଇଁ ଚିଠିରେ ପୋଲିସ ବିଭାଗ ଓ ରାଜ୍ୟ ସରକାରଙ୍କୁ ଦାୟୀ କରାଯାଇଛି। ଏହି ଚିଠିରେ ମନମୋହନଙ୍କ ସହିତ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, ବିଧାୟକ ନାଉରୀ ନାଏକ, ସୂର୍ଯ୍ୟବଂଶୀ ସୂରଜ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, କେ. ସୂର୍ଯ୍ୟନାରାୟଣ ରାଓ ପ୍ରମୁଖ ଦସ୍ତଖତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍)…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଜାତୀୟ ସ୍ତରରେ କୃତିତ୍ୱ ହାସଲ କଲେ ଶିବ

ଛତ୍ରପୁର,୧୯ା୬(ଦିଲୀପ ସାମଲ): ଜାତୀୟ ସ୍ତରରେ ଆୟୋଜିତ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଲିଆବାଦ ଗ୍ରାମର ଶିବ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ…

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri