ଭାଜପା ଲୋକ ସଭା ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ଭର୍ତ୍ତୃହରି

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଗୁୁରୁବାର ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ କରି ନ ଥିଲେ। ପରବର୍ତ୍ତୀ ସମୟରେ କଟକ ଭାଜପାର ନେତୃବୃନ୍ଦ ତାଙ୍କୁ ସାକ୍ଷାତ୍‌ କରିଥିଲେ, ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ କଟକ ବିହାରୀବାଗଠାରେ ଭର୍ତ୍ତୃହରିଙ୍କ ହୋଲି ବନ୍ଧୁମିଳନରେ ମଧ୍ୟ ସମାନ ଦୃଶ୍ୟ ନଜରକୁ ଆସିବା ପରେ ଚର୍ଚ୍ଚା ଅଧିକ ହେଉଥିଲା ଯେ ଭର୍ତ୍ତୃହରି ଭାଜପାରେ ଯୋଗଦେବେ। ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଭାଜପାରେ ଭର୍ତ୍ତୃହରି ଯୋଗଦେବା ପରେ ଏବେ ଭାଜପାର କଟକ ଲୋକ ସଭା ପ୍ରାର୍ଥୀ ଏକ ପ୍ରକାରର ସ୍ଥିର ଥିବା ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ଭର୍ତ୍ତୃହରିଙ୍କ ପୂର୍ବରୁ କଟକ ଲୋକ ସଭା ପ୍ରାର୍ଥୀ ଭାବେ ଭାଜପା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦଳ ଟିକେଟ ଦେବା ନେଇ ଚର୍ଚ୍ଚା ଧରିଥିଲା। ଏବେ ଦଳ ପ୍ରାର୍ଥୀ ଘୋଷଣା କରି ନାହିଁ ସତ, ହେଲେ ୬ ଥର ଏମ୍‌ପି ହୋଇଥିବା ଭର୍ତ୍ତୃହରି ଗୁରୁବାର ପଦ୍ମ ଧରିବା ପରେ ତାଙ୍କୁ ଭାଜପା ସୁନିଶ୍ଚିତ ଟିକେଟ ଦେଇ କଟକରେ ଥିବା ତାଙ୍କ ପ୍ରଭାବକୁ ବଜାୟ ରଖିବ ବୋଲି ସାଧାରଣ ଲୋକଙ୍କ ଚର୍ଚ୍ଚାକୁ ଏହା ଖୋରାକ୍‌ ଯୋଗାଇଛି। ପୁଣି ଆଲୋଚନା ହେଉଛି, ଯଦି ଦଳ ଭର୍ତ୍ତୃହରିଙ୍କୁ ଲୋକ ସଭା ପ୍ରାର୍ଥୀ ଭାବେ ଘୋଷଣା କରେ ତେବେ ପୂର୍ଣ୍ଣଚନ୍ଦ୍ରଙ୍କୁ ଦଳ ନିରାଶ କରିବ ନାହିଁ । ଭାଜପା ତାଙ୍କୁ ବିଧାନସଭା ପ୍ରାର୍ଥୀ ଘୋଷଣା କରିପାରେ ବୋଲି ଆଲୋଚନା ହେଉଛି। ଏନେଇ ଭର୍ତ୍ତୃହରି କହିଛନ୍ତି, ରାଷ୍ଟ୍ରବାଦ, ଏକାତ୍ମତା ଓ ପୂର୍ବୋଦୟ ଏହି ତିନୋଟି କେବଳ ଭାଜପା ଜରିଆରେ ହୋଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶକ୍ତି, ଅମିତ୍‌ ଶାହଙ୍କ ବିଶ୍ୱାସ, ଜେ.ପି. ନଡ୍ଡାଙ୍କ ପ୍ରେରଣା ଆଗକୁ ବଢ଼ିବାକୁ ପ୍ରେରଣା ଦେଇଛି। ନୂଆ ପଥରେ ଯୋଗ ଦେଇଛି, ଆଶା ରହିଛି ସାଧାରଣ ଲୋକ ପୂର୍ବପରି ମୋ ସହ ସହମତ ହେବେ। ଭାଜପାରେ ଯୋଗ ଦେଇଛି, କାର୍ଯ୍ୟ କରିବି। ଦଳ କାହାକୁ ଟିକେଟ ଦେବ ତାହା କେବଳ ଦଳ ହିଁ ନିଷ୍ପତ୍ତି ନେବ। ଅପରପକ୍ଷରେ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri