ଭାଜପା ଲୋକ ସଭା ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ଭର୍ତ୍ତୃହରି

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଗୁୁରୁବାର ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ କରି ନ ଥିଲେ। ପରବର୍ତ୍ତୀ ସମୟରେ କଟକ ଭାଜପାର ନେତୃବୃନ୍ଦ ତାଙ୍କୁ ସାକ୍ଷାତ୍‌ କରିଥିଲେ, ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ କଟକ ବିହାରୀବାଗଠାରେ ଭର୍ତ୍ତୃହରିଙ୍କ ହୋଲି ବନ୍ଧୁମିଳନରେ ମଧ୍ୟ ସମାନ ଦୃଶ୍ୟ ନଜରକୁ ଆସିବା ପରେ ଚର୍ଚ୍ଚା ଅଧିକ ହେଉଥିଲା ଯେ ଭର୍ତ୍ତୃହରି ଭାଜପାରେ ଯୋଗଦେବେ। ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଭାଜପାରେ ଭର୍ତ୍ତୃହରି ଯୋଗଦେବା ପରେ ଏବେ ଭାଜପାର କଟକ ଲୋକ ସଭା ପ୍ରାର୍ଥୀ ଏକ ପ୍ରକାରର ସ୍ଥିର ଥିବା ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ଭର୍ତ୍ତୃହରିଙ୍କ ପୂର୍ବରୁ କଟକ ଲୋକ ସଭା ପ୍ରାର୍ଥୀ ଭାବେ ଭାଜପା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦଳ ଟିକେଟ ଦେବା ନେଇ ଚର୍ଚ୍ଚା ଧରିଥିଲା। ଏବେ ଦଳ ପ୍ରାର୍ଥୀ ଘୋଷଣା କରି ନାହିଁ ସତ, ହେଲେ ୬ ଥର ଏମ୍‌ପି ହୋଇଥିବା ଭର୍ତ୍ତୃହରି ଗୁରୁବାର ପଦ୍ମ ଧରିବା ପରେ ତାଙ୍କୁ ଭାଜପା ସୁନିଶ୍ଚିତ ଟିକେଟ ଦେଇ କଟକରେ ଥିବା ତାଙ୍କ ପ୍ରଭାବକୁ ବଜାୟ ରଖିବ ବୋଲି ସାଧାରଣ ଲୋକଙ୍କ ଚର୍ଚ୍ଚାକୁ ଏହା ଖୋରାକ୍‌ ଯୋଗାଇଛି। ପୁଣି ଆଲୋଚନା ହେଉଛି, ଯଦି ଦଳ ଭର୍ତ୍ତୃହରିଙ୍କୁ ଲୋକ ସଭା ପ୍ରାର୍ଥୀ ଭାବେ ଘୋଷଣା କରେ ତେବେ ପୂର୍ଣ୍ଣଚନ୍ଦ୍ରଙ୍କୁ ଦଳ ନିରାଶ କରିବ ନାହିଁ । ଭାଜପା ତାଙ୍କୁ ବିଧାନସଭା ପ୍ରାର୍ଥୀ ଘୋଷଣା କରିପାରେ ବୋଲି ଆଲୋଚନା ହେଉଛି। ଏନେଇ ଭର୍ତ୍ତୃହରି କହିଛନ୍ତି, ରାଷ୍ଟ୍ରବାଦ, ଏକାତ୍ମତା ଓ ପୂର୍ବୋଦୟ ଏହି ତିନୋଟି କେବଳ ଭାଜପା ଜରିଆରେ ହୋଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶକ୍ତି, ଅମିତ୍‌ ଶାହଙ୍କ ବିଶ୍ୱାସ, ଜେ.ପି. ନଡ୍ଡାଙ୍କ ପ୍ରେରଣା ଆଗକୁ ବଢ଼ିବାକୁ ପ୍ରେରଣା ଦେଇଛି। ନୂଆ ପଥରେ ଯୋଗ ଦେଇଛି, ଆଶା ରହିଛି ସାଧାରଣ ଲୋକ ପୂର୍ବପରି ମୋ ସହ ସହମତ ହେବେ। ଭାଜପାରେ ଯୋଗ ଦେଇଛି, କାର୍ଯ୍ୟ କରିବି। ଦଳ କାହାକୁ ଟିକେଟ ଦେବ ତାହା କେବଳ ଦଳ ହିଁ ନିଷ୍ପତ୍ତି ନେବ। ଅପରପକ୍ଷରେ ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri