Posted inଜାତୀୟ

ଅଯୋଧ୍ୟା ପରେ ଏବେ ବଦ୍ରିନାଥ ଆସନରୁ ହାରିଲା ଭାଜପା

ନୂଆଦିଲ୍ଲୀ, ୧୩।୦୭: ଅଯୋଧ୍ୟା ଆସନ ହରାଇ ଚର୍ଚ୍ଚାରେ ଥିବା ଭାରତୀୟ ଜନତା ପାର୍ଟି ଆଉ ଗୋଟିଏ ଧାର୍ମିକ ସ୍ଥଳ ଆସନ ହରାଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛି । ଭାଜପା ଉତ୍ତରାଖଣ୍ଡରେ ହୋଇଥିବା ଉପ-ନିର୍ବାଚନରେ ବଦ୍ରିନାଥ ଆସନ ହରାଇଛି । ମଙ୍ଗଲୋର ସିଟ୍‌ ଉପରେ ଭାଜପାର କେବେ ବି କବ୍‌ଜା ନଥିବା ବେଳେ ବଦ୍ରିନାଥ ସିଟ୍‌ ଭାଜପା ପାଇଁ ଖାସ୍‌ ଥିଲା । ହେଲେ ଉତ୍ତରାଖଣ୍ଡ ଉପନିର୍ବାଚନରେ ଭାଜପାକୁ ଶକ୍ତ ଧକ୍କା ଲାଗିଛି । ଦଳ ମଙ୍ଗଲୋର ସହ ବଦ୍ରିନାଥ ଆସନ ମଧ୍ୟ ହରାଇଛି ।

ମଙ୍ଗଲୋର ଆସନରୁ ଦଳ କରତାର ସିଂ ଭଡ଼ାନାଙ୍କୁ ପ୍ରାର୍ଥୀ କରିଥିଲା । ହେଲେ ଭଡ଼ାନା କଂଗ୍ରେସ ପ୍ରାର୍ଥୀ ମହମ୍ମଦ ନିଜାମୁଦ୍ଦିନଙ୍କ ଠାରୁ ପରାସ୍ତ ହୋଇଛନ୍ତି । ଅନ୍ୟପଟେ ବଦ୍ରିନାଥ ଆସନରେ ଭାଜପା ରାଜେନ୍ଦ୍ର ଭଣ୍ଡାରୀଙ୍କ ଉପରେ ଭରସା କରି ଟିକେଟ୍‌ ଦେଇଥିବା ବେଳେ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି । କଂଗ୍ରେସର ଲଖପତ ସିଂ ବୁଟେଲାଙ୍କ ନିକଟରୁ ରାଜେନ୍ଦ୍ର ହାରି ଯାଇଛନ୍ତି । ଏହି ଦୁଇ ଆସନରେ ଜିତିବା ନେଇ କଂଗ୍ରେସ ନିଜ ଉପରେ ଭରସା ରଖିଥିଲା । କଂଗ୍ରେସ ସହ ଲମ଼୍ବା ସମୟ ଧରି ରହିଥିବା ଦୁଇ ନେତାଙ୍କୁ ଦଳ ପ୍ରାର୍ଥୀ କରିଥିଲା ଏବଂ ଏବେ ଦୁଇ ଆସନ ହାସଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri