‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍‌ ହେବାକୁ ଚାହୁଁଛି ଭାଜପା’

ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହୋଇଥିଲା।

କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଯୁବ ସଭାପତି ଉତ୍କଳ ମହାନ୍ତି ଓ ଛାତ୍ର ସଭାପତି ଆଶିଷ ମହାନ୍ତଙ୍କ ନେତୃତ୍ୱରେ ବିଧାୟକ ପ୍ରାର୍ଥିନୀ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ଏକ ବାଇକ୍‌ ଶୋଭାଯାତ୍ରାରେ ମଞ୍ଚ ନିକଟକୁ ଅଣାଯିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ଏହାପରେ ରାସଗୋବିନ୍ଦପୁର ବ୍ଲକ ପର୍ଯ୍ୟବେକ୍ଷକ ବିଜନ ନାଏକଙ୍କ ପରିଚାଳନାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ପ୍ରାର୍ଥିନୀଙ୍କ ସହିତ ମୋରଡ଼ା ବିଧାୟକ ରାଜକିଶୋର ଦାସ, ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତି, ଜୋନ୍‌ କୋଅଡିନେଟର ଜୟନ୍ତ ବେହେରା, ଜିଲା ପରିଷଦ ସଭ୍ୟ ଶ୍ୟାମସୁନ୍ଦର ଡାକୁଆ, ଦଶରଥ ରାମ, ବିନୋଦବିହାରୀ ଦାସ, ଉତ୍ତମ ମହାନ୍ତି, ମୀନକେତନ ମହାନ୍ତି, ବ୍ଲକ ଉପାଧକ୍ଷା ପଦନ ଦେହୁରୀ, ମହିଳା ସଭାପତି ଉଜ୍ଜ୍ୱନୀ ବେହେରା,ସମସ୍ତ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟାସଭ୍ୟ ପ୍ରମୁଖ ମଞ୍ଚାସୀନ ଥିଲେ। ଜୟ ଜଗନ୍ନାଥ ଧ୍ୱନି ଦେଇ ଶ୍ରୀମତୀ କାନୁନ୍‌ଗୋ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ମିଶନ ଶକ୍ତି ମାଧ୍ୟମରେ ମହିଳାମାନେ ସଶକ୍ତି ହେବା, ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଗ୍ରାମାଞ୍ଚଳର ବିକାଶ, ୫ଟି ଯୋଜନାରେ ଗାଁଠୁ ଆରମ୍ଭ କରି ସହରର ବିକାଶ, ଚାଷୀମାନଙ୍କ ପାଇଁ ସହାୟତା, ଛାତ୍ରୀଛାତ୍ରଙ୍କ ପାଇଁ ସହାୟତା, ଯୁବ ଗୋଷ୍ଠୀ ପାଇଁ ସ୍ବୟଂ ଯୋଜନା ଇତ୍ୟାଦି ଯୋଜନା ବାବଦରେ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ଅବଗତ କରାଇଥିଲେ। ସେହିପରି ଆସନ୍ତା ଜୁଲାଇରୁ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ବିଲ୍‌ ନବୀନ ପଟ୍ଟନାୟକ ଯୋଗାଇ ଦେବେ ବୋଲି କହିଥିଲେ ପ୍ରୀତିନନ୍ଦା। ପୂର୍ବ ନିର୍ବାଚନରେ ପ୍ରତିଶ୍ରୁତି ଦେଇଥିବା କେନ୍ଦ୍ର ସରକାର ସବୁବେଳେ ମିଥ୍ୟା ପ୍ରତଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ଚେଷ୍ଟା କରେ ବୋଲି କହିଛନ୍ତି ବିଧାୟିକା ପ୍ରାର୍ଥିନୀ। ଏହାପରେ ଉପସ୍ଥିତ ଜନସାଧାରଣଙ୍କୁ ଯୋଡ଼ିଶଙ୍ଖ ଚି଼ହ୍ନରେ ଭୋଟ୍‌ ଦେବାକୁ ସେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri