ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ମଣ୍ଡଳ ସଭାପତି, ପର୍ଯ୍ୟଟନର ଉନ୍ନତି ପାଇଁ କଲେ ନିବେଦନ

ଦାରିଙ୍ଗବାଡ଼ି,୨୪ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ିରେ ବାକି ରହିଥିବା ବିକାଶ କାର୍ଯ୍ୟ କିଭଳି କରାଯାଇପାରିବ ସେ ନେଇ ଆଲୋଚନା କରିଥିଲେ। ବିଶେଷକରି ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ କରାଯିବା ସହ ସିର୍ତ୍ତିଗୁଡ଼ା ଗ୍ରୀଡ୍‌ କାର୍ଯ୍ୟକୁ ତୁରନ୍ତ ସମ୍ପୂର୍ଣ୍ଣ କରିବା ପର୍ଯ୍ୟଟନକ୍ଷେତ୍ରର ଆହୁରି ଉନ୍ନତି ସହ ଓ୍ବାଲର୍‌ଡକ୍ଲାସ ପର୍ଯ୍ୟଟନକ୍ଷେତ୍ର କରାଯିବା ଇକୋ ଟୁରିଜିମ୍‌ର ବିକାଶ ଆଦି କରାଯିବାକୁ ସେ ନିବେଦନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରର ବିକାଶ କରାଯିବାକୁ ସେ ବହୁତ ଯୋଜନା ପ୍ରସ୍ତୁତ କରିଥିବା ଓ ପଦକ୍ଷେପ ଆରମ୍ଭ କରାଯାଇଥିବା କହିଥିଲେ। ମଣ୍ଡଳ ସଭାପତି ସନ୍ତୋଷ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ି ଗସ୍ତ କରିବାକୁ ନିବେଦନ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ସହମତି ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୫ରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଉପନିର୍ବାଚନ ହେବା ସମୟରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ସମେତ ଅନ୍ୟ ବ୍ଲକ ଅଞ୍ଚଳରେ ପ୍ରଚାର ଦାୟିତ୍ୱ କାର୍ଯ୍ୟ କରୁଥିଲେ। ସେହି ସମୟରେ ସେ ପ୍ରାୟ ୧୫ ଦିନ ଦାରିଙ୍ଗବାଡ଼ିରେ ରହିଥିବା ଓ ଉକ୍ତ ବ୍ଲକର ସମସ୍ତ ଦୁର୍ଗମ ଅଞ୍ଚଳ ବାଇକରେ ବୁଲି ନିଜ ଦଳକୁ ଜିତାଇବା ପାଇଁ ପ୍ରଚାର କରିଥିଲେ। ସେହି ସମୟରେ ସେ ଅଞ୍ଚଳର ଅନେକ ଲୋକ ଓ ଦଳୀୟ କର୍ମୀଙ୍କ ସଂସ୍ପର୍ଶରେ ଆସି ପରିଚିତ ହୋଇଥିଲେ ଓ ଏବେ ବି ସେ ସମସ୍ତଙ୍କୁ ମନେ ରଖିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri