ଭାଜପାର ମଣ୍ଡଳସରୀୟ କର୍ମଶାଳା: କେନ୍ଦ୍ର-ରାଜ୍ୟ ସରକାରଙ୍କ ସଫଳତା ନେଇ ଆଲୋଚନା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୬(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପ୍ରାଙ୍ଗଣରେ ଭାଜପାର ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ବ୍ରାହ୍ମଣୀଗାଁ ମଣ୍ଡଳର ସଭାପତି ଗଣେଶ ଡାକୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଦଳର ଜିଲା ସଭାପତି ପଣ୍ଡିତ ବିଶିମାଝୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ଜିଲାର ଭାଜପା ଦଳର ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ, କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦାରିଙ୍ଗବାଡ଼ି ପ୍ରତିନିଧି ବିଷ୍ଣୁଚରଣ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ, ପୂର୍ବତନ ମଣ୍ଡଳ ସଭାପତି ଦିବ୍ୟସିଂ ପାତ୍ର, ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ପାତ୍ର, ପ୍ରଭାକର ବିଶୋଇ,ଫିଲି ବେହେରା ପାତ୍ର, ଦୀନବନ୍ଧୁ ବେହେରା ଦଳାଇ, ଶିଶିର ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ କାର୍ଯ୍ୟକ୍ରମକୁ ଶ୍ୟାମ ମହାଙ୍କୁଡ଼ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଦଳକୁ କିଭଳି ଆହୁରି ମଜବୁତ କରିବା ସେନେଇ ଆଲୋଚନା କରାଯାଇଥିଲା।

ସେହିପରି କେନ୍ଦ୍ର ସରକାରଙ୍କ ୧୧ ଓ ରାଜ୍ୟର ୧ ବର୍ଷର ସଫଳତା ସମ୍ପର୍କରେ ଆଲୋଚନା କରାଯାଇଥିଲା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ସହିତ ବିଭିନ୍ନ ଯୋଜନା କିଭଳି ସଫଳତାର ସହ ଲୋକଙ୍କ ନିକଟରେ ଉପଲବବ୍ଧ ହେଉଛି ସେ ସମ୍ପର୍କରେ ଜିଲା ସଭାପତି ଓ ଅନ୍ୟ କର୍ମକର୍ତ୍ତା କହିଥିଲେ। ସେହିପରି ଭାରତ ପ୍ରତିରକ୍ଷା କ୍ଷେତ୍ର ସମେତ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନର ବିକାଶ ହୋଇପାରିଛି ବୋଲି କୁହାଯାଇଥିଲା। ଅପରେଶନ ସିନ୍ଦୂର ଭଳି ପଦକ୍ଷେପ ନେଇ ଭାରତ ସରକାର ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା କୁହାଯାଇଥିଲା। ଭାଜପାର ଜିଲା ସଭାପତି ପଣ୍ଡିତ ବିଶିମାଝୀ ଦାୟିତ୍ୱ ନେବା ପରେ ଏହା ତାଙ୍କର ବ୍ରାହ୍ମଣୀଗାଁ ପ୍ରଥମ ଗସ୍ତ ଥିବାରୁ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri