Posted inଜାତୀୟ

ଭାଜପାର ଘୋଷଣାପତ୍ର: ୨୦ ଲକ୍ଷ ନିଯୁକ୍ତି- ଝିଅଙ୍କୁ ମାଗଣା ସ୍କୁଟି…

ଅହମଦାବାଦ,୨୬।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ଘୋଷଣାପତ୍ର ପ୍ରକାଶ ପାଇଛି। ରାଜ୍ୟରେ ପ୍ରାୟ ତିନି ଦଶନ୍ଧି ଧରି ଶାସନ କରିଆସୁଥିବା ଭାରତୀୟ ଜନତା ପାର୍ଟି ଶନିବାର ଏହା ପ୍ରକାଶ କରିଛି। ସଙ୍କଳ୍ପପତ୍ରରେ ଭାଜପା ୪୦ ଟି ପ୍ରତିଶ୍ରୁତି ଦେଇଛି।

ଯେଉଁଥିରେ ୫ ବର୍ଷରେ ଯୁବବର୍ଗମାନଙ୍କ ପାଇଁ ୨୦ ଲକ୍ଷ ଚାକିରି, ଆଇଆଇଟି, କୃଷି ଭିତ୍ତିଭୂମି ଏବଂ ୪ ଟି ଗୁଜରାଟ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଜିଆଇଟି) ପ୍ରତିଷ୍ଠା ଲାଗି ପ୍ରତିଶ୍ରୁତି ଦିଆଯାଇଛି। ଏହା ସହିତ ଝିଅଙ୍କୁ ମାଗଣା ସ୍କୁଟି , ୟୁନିଫର୍ମ ସିଭିଲ କୋଡ କମିଟିର ସୁପାରିଶକୁ କାର୍ଯ୍ୟକାରୀ,ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୫ ଲକ୍ଷ ପର୍ଯ୍ୟନ୍ତ ମିଳୁଥିବା ସ୍ବାସ୍ଥ୍ୟବୀମାକୁ ୧୦ ଲକ୍ଷ କରାଯିବ।

ଏହି ଘୋଷଣାପତ୍ର ମାଧ୍ୟମରେ ଭାଜପା ସମସ୍ତ ବର୍ଗର ଲୋକଙ୍କୁ ଆକର୍ଷିତ କରିବାକୁ ଚେଷ୍ଟା କରିଛି। ଏଥିରେ ମହିଳାମାନଙ୍କ ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି। ଏହି ଅବସରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଜ୍ୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଭାଜପା ରାଜ୍ୟ ସଭାପତି ସିଆର ପାଟିଲଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ନଡ୍ଡା କହିଛନ୍ତି ଯେ ଭାଜପା ଶାସନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗୁଜରାଟ କ୍ରମାଗତ ଭାବେ ବିକାଶ କରୁଛି। କେବଳ ଭାଜପା ରାଜ୍ୟର ସାମଗ୍ରିକ ବିକାଶ କରିପାରିବ। କୌଣସି ଭେଦଭାବ ନକରି ଭାଜପା ସବୁବେଳେ ସମସ୍ତ ବିଭାଗର ଲାଭ ପାଇଁ କାର୍ଯ୍ୟ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?