Posted inଜାତୀୟ

ରାଜସ୍ଥାନ ନିର୍ବାଚନ ପାଇଁ ଭାଜପାର ଘୋଷଣା ପତ୍ର ଜାରି: ମାଗଣାରେ ସ୍କୁଟି ଭଳି ଦେଲା ଅନେକ ଲୋଭନୀୟ ପ୍ରତିଶ୍ରୁତି

ଜୟପୁର,୧୬।୧୧: ଭାରତୀୟ ଜନତା ପାର୍ଟି ମୁଖ୍ୟ ଜେପି ନଡା ଗୁରୁବାର ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଦଳର ଘୋଷଣା ପତ୍ର ପ୍ରକାଶ କରିଛନ୍ତି। ଭାଜପା ଏହି ଘୋଷଣା ପତ୍ରକୁ ବିକାଶର ଏକ ରୋଡମ୍ୟାପ ବୋଲି ବର୍ଣ୍ଣନା କରିଛି। ଭାଜପାର ଘୋଷଣା ପତ୍ର ପ୍ରକାଶ କରି ନଡା କହିଛନ୍ତି, ତାଙ୍କ ଦଳ ରାଜ୍ୟରେ ସମସ୍ତଙ୍କ ବିକାଶ ପାଇଁ କାର୍ଯ୍ୟ କରିବ। ଗ୍ରାମ, ଗରିବ, କୃଷକ, ମହିଳା, ଯୁବକ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ମଜଭୁତ ହେବେ। ଘୋଷଣା ପତ୍ର ହେଉଛି ଭାରତୀୟ ଜନତା ପାର୍ଟି ପାଇଁ ଏକ ଦର୍ଶନ।
ଭାଜପା ଘୋଷଣା ପତ୍ରରେ ମହିଳାମାନଙ୍କୁ କେଜି ରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଦିଆଯିବ ବୋଲି କୁହାଯାଇଛି। ଏହାସହିତ ମାତୃ ବନ୍ଦନ ରାଶି ୪ ହଜାରରୁ ୮ ହଜାରକୁ ବୃଦ୍ଧି କରାଯିବ।
ପେପ୍‌ର ଲିକ ଯାଞ୍ଚ କରିବ ଏସ୍‌ଆଇଟି। ଗହମ ଉତ୍ପାଦନ କ୍ୱିଣ୍ଟାଲ ପିଛା ୨୭୦୦ ଟଙ୍କାରେ କ୍ରୟ କରାଯିବ ଏବଂ ଏମଏସପି ଉପରେ ବୋନସ ଦିଆଯିବ। ଝିଅ ଜନ୍ମ ସମୟରେ ୨ ଲକ୍ଷ ଟଙ୍କା ସଞ୍ଚୟ ବଣ୍ଡ ଦିଆଯିବ। ମାଗଣା ସ୍କୁଟି ଯୋଜନା ଅଧୀନରେ ଦ୍ୱାଦଶ ପାସ କରିଥିବା ମେରିଟ ଛାତ୍ରୀମାନଙ୍କୁ ସ୍କୁଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

Ola Uber Rapido Strike: ଗୋଟିଏ ଦିନ ପରେ ଆଉ ବୁକ୍‌ କରିପାରିବେନି ଓଲା, ଉବର, ରାପିଡୋ! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୬।୧: ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି, ଶନିବାର ଦେଶବ୍ୟାପୀ ଧର୍ମଘଟ କରିବେ। ଫେବୃଆରୀ ୭ରେ ଏହି ଦେଶବ୍ୟାପୀ ଧର୍ମଘଟ ଏହି ଆପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri