Posted inଜାତୀୟ

ଅଧରାତି ଯାଏ ଭାଜପାର ମାରାଥନ ବୈଠକ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଭାଜପାର ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩।୧: ଆସନ୍ତା ଲୋକ ସଭା ନିର୍ବାଚନରେ ହ୍ୟାଟ୍ରିକ ବିଜୟ ସହ ୩୭୦ଟି ଆସନ ଜିତିବାର ଲକ୍ଷ୍ୟ ସ୍ଥିର କରିବା ପରେ ଭାଜପା ପ୍ରାର୍ଥୀଙ୍କ ନାମ ଉପରେ ମନ୍ଥନ କରିବା ଆରମ୍ଭ କରିଛି। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକ ପୂର୍ବରୁ ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବରିଷ୍ଠ ଦଳର ନେତାଙ୍କ ବୈଠକରେ ୨୧ଟି ରାଜ୍ୟରେ ୩୦୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ଏକ ପ୍ୟାନେଲ ପ୍ରସ୍ତୁତ କରାଯାଇଥିଲା। ଏହି ବୈଠକରେ ପଞ୍ଜାବ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ମିଳିତ ମେଣ୍ଟ ଉପରେ ଆଲୋଚନା ଶେଷ ନ ହେବା ପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା ନ କରିବାକୁ ନିଷ୍ପତ୍ତି ନିଆଯାଇଛି।
ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ମାରାଥନ ବୈଠକ ପରେ ପାର୍ଟି ମୁଖ୍ୟାଳୟରେ ବିଳମ୍ବିତ ରାତିରେ ସିଇସି ବେହଠକ ଆରମ୍ଭ ହୋଇଥିଲା। ଦଳ ସୂତ୍ରରୁ ପ୍ରକାଶ ଯେ ଲୋକ ସଭା ନିର୍ବାଚନ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ଶହେରୁ ଅଧିକ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ବୋଧହୁଏ ଶୁକ୍ରବାର କିମ୍ବା ଶନିବାର ଦିନ ଘୋଷଣା କରାଯିବ ଏବଂ ମାର୍ଚ୍ଚ ୧୦ ସୁଦ୍ଧା ପ୍ରାୟ ୨୫୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବ। ପ୍ରଧାନମନ୍ତ୍ରୀ ବାସଭବନରେ ଆୟୋଜିତ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ଦଳର ସଭାପତି ଜେପି ନାଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସିଏମ ଏବଂ ବହୁ ରାଜ୍ୟର ଡେପୁଟି ସିଏମ ଉପସ୍ଥିତ ଥିଲେ।
ଏହି ବୈଠକରେ ଉତ୍ତରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ଛତିଶଗଡ, ରାଜସ୍ଥାନ, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଗୋଆ, ଉତ୍ତରପ୍ରଦେଶ, ଗୁଜରାଟ, ଆସାମ, ଝାଡଖଣ୍ଡ, ତାମିଲନାଡୁ, ପୁଡୁଚେରୀ, ଆଣ୍ଡାମାନ ନିକୋବର, ଓଡିଶା, ଦିଲ୍ଲୀ, ମଣିପୁର , ଜମ୍ମୁ କଶ୍ମୀରରେ ବିଷୟରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?