ପରୀକୁ ନ୍ୟାୟ ଦାବିରେ ଭାଜପାର ପଦଯାତ୍ରା

ଦେବଗଡ଼,୨୦ା୧୨(ଡି.ଏନ.ଏ) ପରୀ ମାମଲାର ସିବିଆଇ ତଦନ୍ତ ଦାବିରେ ଦେବଗଡ ନଗର ମଣ୍ଡଳ ଭାଜପା ପକ୍ଷରୁ ଏକ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ନେତୃତ୍ୱରେ ବହୁ ଭାଜପା ନେତା ଓ କର୍ମୀ ସ୍ଥାନୀୟ ଗୋପବନ୍ଧୁ ଛକରୁ ଏକ ରାଲିରେ ବାହାରି ସହର ପରିକ୍ରମା କରିଥିଲେ। ପଦଯାତ୍ରା କାଳରେ ନିଖୋଜ ଥିବା ରାଜ୍ୟର ୫ ହଜାର ଊର୍ଦ୍ଧ୍ୱ ଶିଶୁଙ୍କୁ ଉଦ୍ଧାର, ପରୀ ମାମଲାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅରୁଣ ସାହୁଙ୍କ ବିହିଷ୍କାର କରିବାକୁ ଦାବି କରାଯାଇଥିଲା। ପଦଯାତ୍ରାରେ ଦେବଗଡ ନଗର ଭାଜପା ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆ, ସମ୍ପାଦକ ଜଗନ୍ନାଥ ବେହେରା ଓ ମହେଶ୍ୱର ପାଣି, ସମ୍ପାଦକ ରମଣୀ ରଞ୍ଜନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ସରୋଜ କୁମାର ପାଢୀ, ପୂର୍ବତନ ନଗର ସଭାପତି ରମଣୀକାନ୍ତ ଦାଶ, ଜିଲା ଭାଜପା ସମ୍ପାଦକ ଯୋଗେଶ ଚନ୍ଦ୍ର ପ୍ରଧାନ, ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ସୁରଜ ଘଡେଇ, ମେଡିଆ ସେଲ ପ୍ରମୁଖ ମୋତିଲାଲ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

ସ୍କର୍ପିଓ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଦେବଗଡ଼,୩୧ା୧(ଶଶାଙ୍କ ଶେଖର ଝାଙ୍କର): ସ୍କର୍ପିଓ ଧକ୍କାରେ ସ୍କୁଟିରେ ଯାଉଥିବା ଦମ୍ପତିଙ୍କ ଜୀବନ ଯାଇଛି। ବାରକୋଟ ଥାନା ବମ୍ପରଡ଼ା ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri