Posted inଜାତୀୟ

ମହାରାଷ୍ଟ୍ର, ମଧ୍ୟପ୍ରଦେଶ ପରେ ଦିଲ୍ଲୀରେ ଏହି ସ୍କିମ୍‌ ଆଣିପାରେ ଭାଜପା: ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ପାଇଁ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଏବଂ ବିରୋଧୀ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର ହୋଇଛି।

ଆପ୍‌ର ନିର୍ବାଚନୀ ପ୍ରତିଶ୍ରୁତିକୁ ଟକ୍କର ଦେବା ଲାଗି ଭାଜପା ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ମାଗଣା ପାନୀୟ ଜଳ ଏବଂ ମହିଳାଙ୍କୁ ଆକୃଷ୍ଟ କରିବା ପାଇଁ ଲାଡଲି ବେହନା ଭଳି ଯୋଜନା ପ୍ରତିଶ୍ରୁତି ଦେଇପାରେ ବୋଲି ଜଣାପଡ଼ିଛି। ଏଥିସହିତ ଭାଜପା ମନ୍ଦିର, ଗୁରୁଦ୍ୱାରା ଆଦି ଧର୍ମୀୟ ସ୍ଥଳଗୁଡ଼ିକୁ ୫୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ମାଗଣା ଦେବା ପାଇଁ ଯୋଜନା କରିଛି।

ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶରେ ମହିଳାମାନଙ୍କୁ ଆର୍ଥତ୍କ ସହାୟତା ପ୍ରତିଶ୍ରୁତି ଦେଇ ଭାଜପା ସଫଳତା ପାଇଥିବାବେଳେ ଦିଲ୍ଲୀରେ ମଧ୍ୟ ଅନୁରୂପ ଯୋଜନାର ପ୍ରତିଶ୍ରୁତି ଦେଇପାରେ ବୋଲି କୁହାଯାଉଛି। ସମ୍ପ୍ରତି ମହିଳାମାନେ ନୂଆ ଭୋଟବ୍ୟାଙ୍କ ଭାବେ ଉଭା ହୋଇଛନ୍ତି। ତେଣୁ ମହିଳା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତ୍ୟେକ ଦଳ ଉଦ୍ୟମ କରୁଛନ୍ତି। ଆପ୍‌ ଏବଂ କଂଗ୍ରେସ ମଧ୍ୟ ମହିଳାଙ୍କ ହାତକୁ ସିଧାସଳଖ ଟଙ୍କା ଦେବା ପାଇଁ ଯୋଜନା ଆଣିବାକୁ କହିଛନ୍ତି।

ତୃତୀୟ ଥର ପାଇଁ କ୍ଷମତା ବଜାୟ ରଖିବାକୁ ଲକ୍ଷ୍ୟ ରଖିଥିବା ଆପ୍‌ ମହିଳା ସମ୍ମାନ ଯୋଜନାକୁ ଏହାର ମୁଖ୍ୟ ଗେମ୍‌ ପ୍ଲାନ୍‌ କରିଛି। ଏହି ଯୋଜନାରେ ଦିଲ୍ଲୀର ମହିଳାମାନଙ୍କୁ ପ୍ରଥମ ପର୍ଯ୍ୟାୟରେ ମାସିକ ୧,୦୦୦ ଟଙ୍କା ଓ ପରେ ୨,୧୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯିବ। ସେହିପରି ୬୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଶାସକ ଦଳ ସଞ୍ଜୀବନୀ ଯୋଜନାର ପ୍ରତିଶ୍ରୁତି ଦେଇଛି। ଦିଲ୍ଲୀର ଅଟୋ ଡ୍ରାଇଭରମାନଙ୍କ ପାଇଁ ଆପ୍‌ ନେତା ଅରବିନ୍ଦ କେଜ୍‌ରିଓ୍ବାଲ ୧୫ ଲକ୍ଷ ଟଙ୍କାର ଜୀବନ ବୀମା ସହ ଝିଅ ବାହାଘର ପାଇଁ ଲକ୍ଷେ ଟଙ୍କା ସହାୟତା ଯେଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri