Posted inଜାତୀୟ

ମଧ୍ୟପ୍ରଦେଶରେ ଆଦିବାସୀ ଯୁବକଙ୍କ ଉପରେ ପରିଶ୍ରା କଲେ ଭାଜପା କର୍ମୀ, ଭିଡିଓ ଭାଇରାଲ

ଭୋପାଳ,୪।୭: ମଧ୍ୟପ୍ରଦେଶ ସିଦ୍ଧରେ ଜଣେ ଭାଜପା ନେତା ଜଣେ ମାନସିକ ବିକୃତ ଯୁବକଙ୍କ ଉପରେ ପରିଶ୍ରା କରୁଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଅଭିଯୁକ୍ତ ଜଣକ ହେଲେ ଭାଜପା ବିଧାୟକ କେଦାରନାଥ ଶୁକ୍ଲାଙ୍କ ପ୍ରତିନିଧୀ।ସେ ନିଶାସକ୍ତ ଅବସ୍ଥାରେ ତଳେ ବସିଥିବା ଯୁବକଙ୍କ ଉପରେ ପରିସ୍‌ରା କରିଛନ୍ତି। ତେବେ ଏନେଇ ମଧ୍ୟପ୍ରଦେଶ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ଭାଜପାର ଆଦିବାସୀଙ୍କ ଉପରେ ଏପରି କୁତ୍ସିତ ମାନସିକତାକୁ ନେଇ ସେମାନେ ପ୍ରଶ୍ନ ଉଠାଇଛନ୍ତି।

କେଦାରନାଥ ଶୁକ୍ଲା ସିଦ୍ଧ ଜିଲାର ଭାଜପା ବିଧାୟକ ଏବଂ ପରିଶ୍ରା କରୁଥିବା ଯୁବକ ଜଣକ ହେଲେ ତାଙ୍କ ପ୍ରତିନିଧୀ ପ୍ରବେଶ ଶୁକ୍ଲା। ଭାଜପା କର୍ମୀ ପରିଶ୍ରା କରୁଥିବା ଆଦିବାସୀ ଯୁବକ ଜଣକ ହେଲେ ମାନସିକ ବିକୃତ।

ତେବେ ଘଟଣାର ତଦନ୍ତ କରାଯାଉଛି ବୋଲି ସିଦ୍ଧ ଅତିରିକ୍ତ ଏସପି ଅଞ୍ଜୁଲତା ପଟେଲ ସୂଚନା ଦେଇଛନ୍ତିି। ଘଟଣା ନେଇ ବିଧାୟକ କେଦାରନାଥଙ୍କୁ ପଚାରାଯାଇଥିବାବେଳେ ଭିଡିଓରେ ଥିବା ବ୍ୟକ୍ତି ପ୍ରେବେଶ ଶୁକ୍ଲା ନୁହଁନ୍ତି ବୋଲି ସେ କହିଛନ୍ତି। ତେବେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ। ଅଭିଯୁକ୍ତଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନଏସଏ) ଅନୁଯାୟୀ ଦଣ୍ଡ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଟ୍ବିଟ୍‌ କରି ଏହି ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri