ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ଆଇଜି ଅରୁଣ ବୋଥ୍ରା ଏହାର ତତ୍ତ୍ୱାବଧାନ କରିବେ ବୋଲି ସୂଚନା ମିଳିଛି। ରବିବାର ରାତିରେ ଖୋର୍ଦ୍ଧା ନବୀନବାଗରେ ଥିବା ଭାଜପା କାର୍ଯ୍ୟାଳୟ ପାଖରେ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ଦୁବୃର୍ତ୍ତ ସ୍କୁଟିରେ ଆସି ତାଙ୍କୁ ଗୁଳି କରିଥିବା ପ୍ରତ୍ୟକ୍ଷଦର୍ଶୀ କହିଥିଲେ। ରାଜନୈତିକ ଶତ୍ରୁତା ଯୋଗୁ ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ଥିବା ନେଇ ଭାଜପା ଅଭିଯୋଗ କରିଥିଲା। କିନ୍ତୁ ବିଜେଡି ଏହି ଅଭିଯୋଗକୁ ଖଣ୍ଡନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

ବଲାଙ୍ଗୀରରେ ହୋଟେଲ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଟାଉନ ଥାନା ପୋଲିସ…

ବଲାଙ୍ଗୀର,୨୦।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଅଭାବନୀୟ ଘଟଣା । ସହର ମୁଖ୍ୟ ରାସ୍ତା କଡ଼ରେ ଥିବା ହୋଟେଲରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅନଲାଇନ୍ ଔଷଧ ବିକ୍ରିକୁ ବିରୋଧ, କଳାହାଣ୍ଡିରେ ଔଷଧ ଦୋକାନ ବନ୍ଦ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଅନଲାଇନ୍‌ରେ ଔଷଧ ବିକ୍ରି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ବିଭିନ୍ନ ଦାବି ନେଇ ବୁଧବାର ସାରା ଭାରତବର୍ଷରେ ଔଷଧ ଦୋକାନ ବନ୍ଦ…

ପ୍ରଗତି ହାୟର ସେକେଣ୍ଡାରୀ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା, ୫୮୮ ନମ୍ବର ରଖି ଦୀପିକା ନାୟକ ସ୍କୁଲ ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି । ଏଥିରେ କଳାହାଣ୍ଡି ଜିଲା…

ପାଟଣା ବ୍ଲକରେ ସମସ୍ତ ଔଷଧ ଦୋକାନ ବନ୍ଦ, ରୋଗୀ ହନ୍ତସନ୍ତ

ପାଟଣା,୨୦ା୫(ବୀର କିଶୋର ଦାଶ): ଔଷଧ ବ୍ୟବସାୟୀ ସଂଘ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା । କେନ୍ଦୁଝର ଜିଲା ପାଟଣା ଓ ସାହାର ପଡ଼ା ବ୍ଲକ୍ ମୁଖ୍ୟାଳୟର ମେଡିସିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri