Posted inଜାତୀୟ

ସ୍ତ୍ରୀ-ସ୍ବାମୀଙ୍କ ଘର କଳି ପଦାରେ, ଭାଜପା ମନ୍ତ୍ରୀ ସ୍ବାତୀ ସିଂଙ୍କ ଟିକଟ କଟିଲା…

ଲକ୍ଷ୍ନୌ, ୨।୨ : ଉତ୍ତରପ୍ରଦେଶର ଲକ୍ଷ୍ନୌର ସରୋଜିନୀନଗର ଆସନରୁ ଭାଜପା ମନ୍ତ୍ରୀ ସ୍ବତୀ ସିଂଙ୍କ ଟିକଟକୁ କଟା ଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଏଭଳି ହୋଇଥିବା ଚର୍ଚ୍ଚା ହେଉଛି। ଏହା ପରେ ସ୍ବାତୀ ସିଂଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ସେ ନେଇ ନାନା ଆକଳନ କରାଯାଉଛି। ସ୍ବାତୀ ସିଂଙ୍କ ରାଜନୈତିକ ଯାତ୍ରା ଏପର୍ଯ୍ୟନ୍ତ ବିବାଦ ଘେରରେ ରହିଛି।

ତାଙ୍କ ଟିକେଟ କାଟିବା ପଛରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦ ବୋଲି କୁହାଯାଉଛି। ଘର କଳି ବାହାରେ ପଡ଼ିବା ଯୋଗୁ ଏଭଳି ହୋଇଥିବା ଅନୁମାନ କରାଯାଉଛି। ସରୋଜିନୀନଗର ଆସନରୁ ଇଡିର ଯୁଗ୍ମ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଥିବା ରାଜେଶ୍ୱର ସିଂଙ୍କୁ ଭାଜପା ଟିକଟ ଦେଇଛି। ଭାଜପାର ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ସ୍ବାତୀ ସିଂଙ୍କଠାରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ।

ସରୋଜିନୀନଗର ଆସନ ପାଇଁ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି (ଏସପି) ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ଲକ୍ଷ୍ନୌର ଅନ୍ୟାନ୍ୟ ଆସନରେ ଏସପି ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ସ୍ବାତୀ ହୁଏତ ଏସପିରେ ଯୋଗଦେଇ ପାରନ୍ତି ବୋଲି ନାନା କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ତାଙ୍କ ସ୍ବାମୀ ଦିନଶଙ୍କର ସିଂ କହିଛନ୍ତି ଯେ ସେ ରାଜେଶ୍ୱର ସିଂଙ୍କ ପାଇଁ ପ୍ରଚାର କରିବେ।

ଟିକଟ କଟିବା ପରେ ସ୍ବାତୀ ସିଂଙ୍କ ଘରେ ନୀରବତା ଥିବାବେଳେ ତାଙ୍କ ସ୍ବାମୀ ଦିନଶଙ୍କର ସିଂଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ବାତାବରଣ ରହିଥିଲା। ଟିକଟ ପାଇଥିବା ନେତାମାନଙ୍କୁ ଦିନଶଙ୍କର ସିଂ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ସ୍ବାତୀ ସିଂଙ୍କ ଟିକେଟ କଟିବା ବିଷୟରେ ଆଲୋଚନା ଦୀର୍ଘ ସମୟ ଧରି ଚାଲିଥିଲା। ଏବେ ସମସ୍ତଙ୍କ ନଜର ସ୍ବାତୀ ସିଂଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri