Posted inଜାତୀୟ

ଆଗକୁ ନିର୍ବାଚନ: ଭାଜପା ଉପରେ ବଡ଼ ଅଭିଯୋଗ ଆଣିଲେ ଖାର୍ଗେ

ନୂଆଦିଲ୍ଲୀ,୧୪।୩: ଭାଜପା ୪୫ଟି କମ୍ପାନୀରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ୪୦୦ କୋଟି ଟଙ୍କା ସଂଗ୍ରହ କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଭଳି କେନ୍ଦ୍ରୀୟ ଏଜେନ୍ସିର ଦୁରୁପଯୋଗ କରିଥିବା କଂଗ୍ରେସ ଗୁରୁବାର ଅଭିଯୋଗ ଆଣିଛି।

ଏହିସବୁ କମ୍ପାନୀ ଉପରେ ଚଢ଼ାଉ ପରେ ସେମାନେ ଭାଜପାକୁ ଚାନ୍ଦା ଦେଇଥିଲେ। ଯଦି ଗଣତନ୍ତ୍ର ବିଷୟରେ ଚିନ୍ତା କରୁଥାଏ, ତେବେ ଭାଜପା ଏହାର ପାଣ୍ଠି ସଂଗ୍ରହ ଉପରେ ଏକ ଶ୍ୱେପତ୍ର ଆଣୁ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି।

ଏକ ଗଣମାଧ୍ୟମ ରିପୋର୍ଟକୁ ଦେଖାଇ ସେ କହିଛନ୍ତି, କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଚଢ଼ାଉ ପରେ ଆଉ ୧୫ଟି କମ୍ପାନୀ ଭାଜପାକୁ ଚାନ୍ଦା ଦେଇଥିବା ଏକ ସାନି ତଦନ୍ତରୁ ଜଣାପଡ଼ିଛି।

ଅଧିକ ଚାନ୍ଦା ପାଇବା ପାଇଁ ଏହା ବ୍ଲାକ୍‌ମେଲ, ନା ଜବରଦସ୍ତ ଆଦାୟ ନା ଲୁଟ୍‌ ବୋଲି ଖାର୍ଗେ ପ୍ରଶ୍ନ କରିଛନ୍ତି। ୪ଟି ନାମମାତ୍ର କମ୍ପାନୀ ମଧ୍ୟ ଭାଜପାକୁ ଚାନ୍ଦା ଦେଇଛନ୍ତି। ଏକଚ୍ଛତ୍ରବାଦୀ ମୋଦି ସରକାର ଚାନ୍ଦା ଆଦାୟ ପାଇଁ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକୁ ଲଗାଇଥିବା ବେଳେ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରିଦେଇଥିବା ଖାର୍ଗେ ଅଭିଯୋଗ କରିଛନ୍ତି।

ଲୁଟ୍‌ ଅର୍ଥକୁ ସୁରକ୍ଷା ଦେବା ପାଇଁ ଭାଜପା ଅସାମ୍ବିଧାନିକ ଏବଂ ବେଆଇନ ଇଲେକ୍ଟୋରାଲ ବଣ୍ଡ୍‌ ବ୍ୟବହାର କରୁଥିଲା। ଯଦି ଗଣତନ୍ତ୍ରର ଜନନୀ ପାଇଁ ଭାଜପା ଚିନ୍ତା କରୁଥାଏ ତେବେ ଏହା ନିଜର ଅର୍ଥ ବ୍ୟବସ୍ଥା ଉପରେ ନିରପେକ୍ଷ ତଦନ୍ତ କରାଇ ଶ୍ୱେତପତ୍ର ଆଣୁ ବୋଲି ଖାର୍ଗେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri